ଅର୍ଗସ ବ୍ୟୁରୋ : ରାଜ୍ୟ ସରକାର ବୁଧବାର ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି । ବଲାଙ୍ଗିର ଜିଲ୍ଲାପାଳ ତଥା ୨୦୧୧ ବ୍ୟାଚ ଆଇଏଏସ୍ ଅରିନ୍ଦମ ଡ଼ାକୁଆଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦେଶକ ଭାବରେ ବଦଳି କରାଯାଇଛି। ୨୦୧୩ ବ୍ୟାଚ୍ ଆଇଏଏସ୍ ତଥା ନୂଆପଡା ଜିଲ୍ଲାପାଳ ମଧୁସ୍ମିତା ସାହୁଙ୍କୁ ଜଳସମ୍ପଦ ବିଭାଗର ଉପସଚିବ ଦାୟିତ୍ୱ ମିଳିଛି। ମୟୁରଭଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଚଞ୍ଚଳ ରଣାଙ୍କୁ ବଲାଙ୍ଗିର ଜିଲ୍ଲାପାଳ ଭାବରେ ବଦଳି କରାଯାଇଛି । ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସଙ୍କୁ ଓଡିଶା ଭାଷା, ସାହିତ୍ୟ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତ ଦିଆଯାଇଛି । ୨୦୧୪ ବ୍ୟାଚ୍ ଆଇଏଏସ୍ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କୁ ଯାଜପୁର ଜିଲ୍ଲାପାଳ ଭାବରେ ଅବସ୍ଥାପିତ କରାଯାଇଛି ।
ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର ମହାନ୍ତିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅତିରିକ୍ତ ସଚିବ ରୂପେ ବଦଳି କରାଯାଇଛି । ସେହିପରି ୨୦୧୬ ବ୍ୟାଚ୍ ଆଇଏଏସ୍ ଦତ୍ତାତ୍ରେୟ ବି ସିଂଧେଙ୍କୁ ଗଞ୍ଜାମ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ୨୦୧୬ ବ୍ୟାଚ୍ ଆଇଏଏସ୍ ସିଦ୍ଧେଶ୍ବର ବଳିରାମ ବୋନ୍ଦାରଙ୍କୁ ବ୍ରହ୍ମପୁର ମହାନଗର ନିଗମ କମିଶନର, ୨୦୧୮ ବ୍ୟାଚ୍ ଆଇଏଏସ୍ କିର୍ତୀ ଭାସନ ଗଞ୍ଜାମ ଉପଜିଲ୍ଲାପାଳ ଭାବେ ଓ ୨୦୧୮ ବ୍ୟାଚ୍ ଆଇଏଏସ୍ ଜେ ସୋନାଲଙ୍କୁ ଗୁଣୁପୁର ଉପଜିଲ୍ଲାପାଳ ଭାବରେ ବଦଳି କରାଯାଇଛି । ଗଞ୍ଜାମ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କୁ ଅନୁଗୁଳ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳ ୨୦୧୪ ବ୍ୟାଚ୍ ଆଇଏଏସ୍ ସ୍ୱାଧା ଦେବ ସିଂହଙ୍କୁ ନୂଆପଡା ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।
ଅର୍ଗସ ବ୍ୟୁରୋ : ଚେନ୍ନାଇରେ ତାଣ୍ଡବ ରଚୁଛି ବାତ୍ୟା ମିଗଜୋମ୍ର । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ମଧ୍ୟ ଲାଗିରହିଛି । ଫଳରେ ଉବୁଟୁବୁ ହେଉଛି ଚେନ୍ନାଇ । ପ୍ରବଳ ବର୍ଷା ଯୋଗୁ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି ।
ଅଧିକ ପଢନ୍ତୁ : ଆରମ୍ଭ ହୋଇଗଲାଣି ତୁହାକୁ ତୁହା ବର୍ଷା, ଭାଙ୍ଗିଲାଣି ବଡ ବଡ ଗଛ
ଚେନ୍ନାଇର ଇଷ୍ଟକୋଷ୍ଟ ରୋଡ୍ରେ ପ୍ରବଳ ବର୍ଷା ଯୋଗୁ ନିର୍ମାଣାଧୀନ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ଯାଇଛି । ସ୍କୁଲ, କଲେଜ ସମେତ ସମସ୍ତ ଶିକ୍ଷାନୁଷ୍ଠାନ, ବ୍ୟାଙ୍କଠାରୁ ଆରମ୍ଭ କରି ଅଫିସ୍ ସବୁ ବନ୍ଦ ଘୋଷଣା କରାଯାଇଛି
ଅର୍ଗସ ବ୍ୟୁରୋ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍) ଏମ୍.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସ୍ତରୀୟ ଭାରଉତୋଳନ ପ୍ରତିଯୋଗିତାରେ ନିଜର ପାରଦର୍ଶିତା ଦେଖାଇ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହିତ ରୌପ୍ୟ ପଦକ ହାସଲ କରିଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ସେହିପରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆନ୍ତର୍ଜାତୀୟ ମିଲେଟ୍ ପ୍ରତିଯୋଗିତାରେ ବ୍ୟାଚ୍ଲର୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଏବଂ କ୍ୟାଟରିଂ ଟେକ୍ନୋଲୋଜି (ବିଏଚ୍ଏମ୍ସିଟି)ର ଶେଷବର୍ଷର ଛାତ୍ର ସୌଭାଗ୍ୟ ବାରିକ ମିଲେଟ୍ ଦ୍ୱାରା ବିଭିନ୍ନ ସୁସ୍ୱାଦ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଦୁଇ ଛାତ୍ରଛାତ୍ରୀ ଙ୍କର ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ଗୌରବ ଅର୍ଜନ କରିଛି । ଏହି ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।
ଅର୍ଗସ ବ୍ୟୁରୋ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ନିକଟରେ ଉଜ୍ଜୈନର ମହାକାଳେଶ୍ବର ମନ୍ଦିର ପରିଦର୍ଶନ କରିବାକୁ ଯାଉଛନ୍ତି। ଜାହ୍ନବୀ କିନ୍ତୁ ଏଥର ଏକା ଯାଇନାହାନ୍ତି ବରଂ ତାଙ୍କ ବୟଫ୍ରେଣ୍ଡ ଶିଖରଙ୍କ ସହ ଦେଖିବାକୁ ମିଳିଥିଲା। ଯେଉଁଥିରେ ମହାକାଳେଶ୍ବର ମନ୍ଦିରକୁ ଦୁଇଜଣ ଯାଇ ପୂଜା କରିଥିଲେ। ବର୍ତ୍ତମାନ ତାଙ୍କର ଏହି ଭିଡିଓ ସାମ୍ନାକୁ ଆସିଛି।
#WATCH मध्य प्रदेश: अभिनेत्री जान्हवी कपूर ने उज्जैन के महाकालेश्वर मंदिर में दर्शन किए। pic.twitter.com/i3WQ0TFTV2 — ANI_HindiNews (@AHindinews) December 4, 2023
ଭିଡିଓରେ ଜାହ୍ନବୀ ଶିଖରଙ୍କ ପାଖରେ ବସିଥିବାର ଦେଖିବାକୁ ମିଳିଛି। ମନ୍ଦିରରେ ଜୋରସୋରରେ ଭଜନ କାର୍ଯ୍ୟକ୍ରମ ଚାଲିଛି। ଏହି ସମୟରେ ଜାହ୍ନବୀ ହାଲକା ଗୋଲାପୀ ରଙ୍ଗର ଶାଢ଼ୀ ପିନ୍ଧିଛନ୍ତି। ଆଉ ବହୁତ ସୁନ୍ଦର ଦିଶୁଛନ୍ତି। ଭଜନ ଚାଲିଥିବାବେଳେ ଦୁହେଁ ତାଳି ମାରୁଥିବାର ନଜର ଆସିଛନ୍ତି। ଅଭିନେତ୍ରୀଙ୍କ ଏହି ଭିଡିଓ ଏବେ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଏହା ପ୍ରଥମ ଥର ନୁହେଁ ଯେ ଜାହ୍ନବୀଙ୍କୁ ମନ୍ଦିରରେ ଦେଖିବାକୁ ମିଳିଥିଲା। ଏହାପୂର୍ବରୁ ବି ଦୁହେଁ ଅନେକ ଥର ଦର୍ଶନ କରିବାକୁ ଆସିଥିଲେ।
ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର