ସେପଟେ ଆଜି ସକାଳୁସକାଳୁ ଚକଅଖ ଡେରାଯିବା ପୂର୍ବରୁ ତିନିରଥର ଦୁଇଟି ଲେଖାଏଁ ଚକ ରଥଖଳାରୁ ଆସି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ରହିବା ପରେ ସେଥିରେ ପାଣିଆଆପଟ ସେବକଙ୍କ ଦ୍ବାରା ପାଣି ଢଳାଯାଇ କମାର ସେବକଙ୍କ ଦ୍ବାରା ପନ୍ଧାରୀରେ ଯୋଖିଆ ବାଡିଆ ଅନୁକୂଳ ହୋଇଥିଲା। ପରେ ଅଖରେ ପୋଲାଙ୍ଗ ତେଲ ବୋଳା ହୋଇଥିଲା। ତେବେ ଆଜି ଦୁଇଘଣ୍ଟା ବିଳମ୍ବରେ ନୀତିକାନ୍ତି ହୋଇଥିବା ବେଳେ ଚକଅଖ ଡେରା ନୀତିରେ ସାମାନ୍ୟ ବିଳମ୍ବ ଦେଖାଯାଇଥିଲା।
ଅନ୍ୟପଟେ ରଥଖଳାରେ ପ୍ରାୟତଃ 30ଟି ଚକର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ନିର୍ଦ୍ଧାରିତ ସମୟ ପୂର୍ବରୁ ରଥନିର୍ମାଣ କାର୍ଯ୍ୟ ଶେଷ ହେଵ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଥିଲେ। ତେବେ ମହାପ୍ରଭୁଙ୍କ ଏହି ଚକଅଖ ଡେରା ନୀତି ଦେଖିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିବା ବେଳେ ଏହାକୁ ଦେଖି ଭକ୍ତ ଶ୍ରଦ୍ଧାଳୁ ବେଶ୍ ଖୁସି ପ୍ରକଟ କରିଛନ୍ତି । ଆଗାମୀ ଶୀତଳଷଷ୍ଠୀ ସୁଦ୍ଧା ସମସ୍ତ 42 ଗୋଟି ଚକର ନିର୍ମାଣ କାର୍ଯ୍ୟ ଶେଷ ହେବାର ପରମ୍ପରା ରହିଥିବା ବେଳେ ଆସନ୍ତା ସ୍ନାନପୁର୍ଣିମା ତିଥିରେ ତିନି ରଥର ଚାରି ନାହାକା ଉଠିବାର ବିଧିବିଧାନ ରହିଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର