ଏହି କ୍ରମରେ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୪୨୨କୁ ବୃଦ୍ଧି ହୋଇଥିବା ବେଳେ ୪,୬୪୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାଏଁ କଟକରେ ୧,୭୪୩ ସକ୍ରିୟ ସଂକ୍ରମିତ ରହିଛନ୍ତି। ସେପଟେ କଟକରେ ୩୦ ଜଣଙ୍କ ମୁଣ୍ଡ ନେଇଛି କରୋନା।
ଅର୍ଗସ ବ୍ୟୁରୋ : କଟକ ସହରରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୪୪ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ। ଏନେଇ କଟକ ମହାନଗର ନିଗମ (ସିଏମସି ) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଏହି କ୍ରମରେ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୪୨୨କୁ ବୃଦ୍ଧି ହୋଇଥିବା ବେଳେ ୪,୬୪୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାଏଁ କଟକରେ ୧,୭୪୩ ସକ୍ରିୟ ସଂକ୍ରମିତ ରହିଛନ୍ତି। ସେପଟେ କଟକରେ ୩୦ ଜଣଙ୍କ ମୁଣ୍ଡ ନେଇଛି କରୋନା।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?