ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ସଂକ୍ରମଣ, ଯାଉଛି ଜୀବନ। ଆଜି ରାଜ୍ୟରେ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଯେଉଁଭଳି ଭାବରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି, ତାହାକୁ ଦେଖି ରାଜ୍ୟବାସୀ ଭୟଭୀତ ଅବସ୍ଥାରେ ଗତିକରୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟରେ କରୋନାକୁ ନେଇ ଲକଡାଉନକୁ ଗୁରୁତ୍ୱ ଦିଆଯାଉଛି। ତଥାପି କେଉଁଠି ନା କେଉଁଠି ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବ୍ରେକ ଲାଗୁନି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।