ଭୁବନେଶ୍ଵର : କୋରୋନା ଭୟାବହତା ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ, 3 ମାସର ମଧ୍ୟାହ୍ନ ଭୋଜନ ପିଲାଙ୍କୁ ଦିଆଯାଇଛି। ଜୁନ 15ରେ ପୁନର୍ବାର ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ବହି ସମସ୍ତ ବ୍ଲକରେ ପହଞ୍ଚିଯାଇଛି। କୋରୋନା ଭୟାବହତା ପରେ ପିଲାମାନଙ୍କ ନିକଟରେ କିଭଳି ବହି ପହଁଚିବ ସେଥିପାଇଁ ପ୍ରୟାସ କରାଯିବ। ନବମ ଶ୍ରେଣୀ ପିଲାଙ୍କର ସମସ୍ତ ପରୀକ୍ଷା ସରିଛି। ଗୋଟିଏ ବିଷୟ ବାକି ଅଛି। କୋରୋନା ଭୟାବହତା ପରେ ବାକି ଥିବା ପେପରରେ ପରୀକ୍ଷା କରାଇବାକୁ ବିଭାଗ ଚିନ୍ତା କରୁଛି। ତେଣୁ ଏହି ଛୁଟି ସମୟରେ ପିଲାଙ୍କୁ ଘରେ ରହି ପାଠ ପଢିବା ପାଇଁ ଅନୁରୋଧ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ।
ଅର୍ଗସ ବ୍ୟୁରୋ : ପୁଣି ଥରେ ପାଲଲହଡାରେ ମୁକେଶ ହଟାଓ ନାରା । ଅନୁଗୋ ଜିଲ୍ଲା ପାଲଲହଡ଼ା ନିର୍ବାଚନ ମଣ୍ଡଳୀର ଶଙ୍ଖମୁର ପଞ୍ଚାୟତରେ ବିଜେଡ଼ି ବିଧାୟକ ମୁକେଶଚଦ୍ର ପାଲଙ୍କୁ ବିରୋଧ କରିଛନ୍ତି ପଞ୍ଚାୟତବାସୀ । ନିର୍ବାଚନ ପୂର୍ବରୁ ଭୋଟ ମାଗି ଯାଇଥିବା ବିଧାୟକ ସାଢେ଼ ୪ ବର୍ଷରେ ଥରୁଟିଏ ବି ଗାଁ ମାଟି ମାଡି ନାହାନ୍ତି । ଆଜି ଯାଏ ଗାଆଁରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ନ ହୋଇଥିବା ଯୋଗୁଁ ବିଧାୟକଙ୍କୁ ବିରୋଧ କରିଛନ୍ତି ନିଜ ଦଳର ଦଳୀୟ କର୍ମୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ପୂର୍ବରୁ ଏକାଧିକ ବିଜେଡ଼ି କର୍ମୀ ଏକାଠି ହୋଇ ଆଗମୀ ନିର୍ବାଚନରେ ବିଜେଡ଼ିର ଦଳୀୟ ଟିକେଟ ମୁକେଶଙ୍କୁ ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ବିଧାୟକ ବିରୋଧ କରୁଥିବା ବ୍ୟକ୍ତି ବିଜେଡ଼ି କର୍ମୀ ନୁହେଁ ବୋଲି କହିଥିଲେ । ଅନ୍ୟପଟେ ଆଗକୁ ହଜାର ହଜାର ସଂଖ୍ୟାରେ ବିଜେଡ଼ି କର୍ମୀ ଏକାଠି ହୋଇ ବିଧାୟକଙ୍କୁ ବିରୋଧ କରିବେ ବୋଲି କଡ଼ା ଚେତାବନୀ ଦେଇଛନ୍ତି