ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ। ତେବେ ତିନି ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା। ଦୁର୍ଘଟଣା ଯୋଗୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଯାଜପୁର: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ। କଳିଙ୍ଗନଗର ଥାନା ଜିନ୍ଦଲ ମୁଖ୍ୟ ଗେଟ ସମ୍ମୁଖରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ। ତେବେ ତିନି ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା। ଦୁର୍ଘଟଣା ଯୋଗୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ମମତାଙ୍କ ପିଛା ଛାଡୁନି ଦୁର୍ଘଟଣା । ପୁଣି ଥରେ ଦୁର୍ଘଟଣାର ଶିକାର ହୋଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଲୋକସଭା ନିର୍ବାଚନ ଚାଲିଥିବା ବେଳେ ପୁଣି ଥରେ ଆହତ ହୋଇଛନ୍ତି । ପ୍ରଚାର ପାଇଁ ଯିବା ବେଳେ ଏହି ଅଘଟଣ ଘଟିଛି। ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ମମତା ଆହତ ହୋଇଛନ୍ତି । ହେଲିକପ୍ଟରରେ ଚଢ଼ିବା ବେଳେ ସେ ପଡ଼ି ଯାଇଥିଲେ ।
ଏଥିରେ ତାଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିବା ଲାଗିଥିବା ଜଣାପଡ଼ିଛି । ଦୁର୍ଗାପୁରରୁ ଆସନସୋଲ ଯାଉଥିଲେ ଦିଦି । ସେଠାରେ ସେ ଟିଏମସି ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିଲା । ସେ ହେଲିକପ୍ଟର ଭିତରକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ପଡିଯାଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
ତାଙ୍କ ପାଦରେ ଆଘାତ ଲାଗିଥିବା ସୂଚନା ମିଳିଛି । ହେଲିକପ୍ଟରରେ ଚଢିବା ସମୟରେ ତାଙ୍କର ପାଦ ଖସିଯିବାରୁ ସେ ପଡିଯାଇଥିଲେ । ତେବେ ସେଠାରେ ଉପସ୍ଥିତ ସୁରକ୍ଷାକର୍ମୀ ତାଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।