
ଅର୍ଗସ ବ୍ୟୁରୋ : କଟକ ସହରରେ ଆଜି ପୁଣି ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ୩୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ । ଆଜିର ୪୧ ଜଣଙ୍କୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୭୭୭କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୩୧୪ ଜଣ ସୁସ୍ଥ ହୋଇଥିବାବେଳେ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟପକ୍ଷରେ ବର୍ତ୍ତମାନ ସୁଦ୍ଧା ୪୫୩ ଜଣ ଚିକିତ୍ସାଧୀନ ଥିବା ଜଣାଯାଇଛି ।
ସୂଚନାନୁଯାୟୀ, ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଦିୱାନ ବଜାରରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଶଙ୍କରପୁରରୁ ୩, ସେକ ବଜାରରୁ ୨, ସିଡିଡ ସେକ୍ଟର-୯ରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ମଠସାହିରୁ ଜଣେ ଓ ପୁଲିସ କଲୋନୀରୁ ଜଣେ ଲୋକାଲ କଣ୍ଟାକ୍ଟ କେସ ଚିହ୍ନଟ ହୋଇଥିବା ଜଣାଯାଇଛି ।
ଉଲ୍ଲେଖଯୋଗ୍ୟ, ରାଜ୍ୟରେ ଆଜି ୧୨୧୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୭୫୩ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଠାବ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୬୨ ରହିଛି। ଆଜିର ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୧୦୭କୁ ବୃଦ୍ଧି ପାଇଛି।
