ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଆଜି ରାଜ୍ୟରେ ୪୫ଜଣ କରୋନା ପଜିଟିଭ ଚିହ୍ନଟ

ଅର୍ଗସ ବ୍ୟୁରୋ: ଆଜି ରାଜ୍ୟରେ ଟିକେ କମିଛି କରୋନା ସଂକ୍ରମଣ। ଗତକାଲି ଅପେକ୍ଷା ଆଜି ସାମାନ୍ୟ କମିଛି ସଂକ୍ରମଣ ସଂଖ୍ୟା। ରାଜ୍ୟରେ ସମ୍ପୂର୍ଣ୍ଣ ଭାବରେ କରୋନା ସଂକ୍ରମଣ କମିଯାଇଥିବାବେଳେ ପୁଣି ଥରେ ବଢ଼ିଛି ଯାହାକୁ ନେଇ ରାଜ୍ୟବାସୀ ଚିନ୍ତିତ। ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
