କେନ୍ଦ୍ର ସରକାରଙ୍କ ନୂତନ ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ବିହାର, ଛତିଶଗଡ ଓ ଝାଡ଼ଖଣ୍ଡ ରାଜ୍ୟରେ ମୁଖ୍ୟତଃ କୁଇ ଓ ଦେଶିଆ ଭାଷାଭାଷୀ ଶିକ୍ଷାର୍ଥୀମାନଙ୍କ ପାଇଁ ପ୍ରାରମ୍ଭିକ ଶିକ୍ଷା ସ୍ତରରେ କହିବା, ପଢ଼ିବା, ବୁଝିବା ଓ ଲେଖିବାର ଉଦ୍ଦେଶ୍ୟ ନେଇ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପରୀକ୍ଷଣ ପରିଷଦ (NCERT), ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE), ଭୁବନେଶ୍ଵର ଏବଂ କୋରାପୁଟ ଜିଲ୍ଲାର ସୁନାବେଡ଼ାର ଓଡ଼ିଶା କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟର ମିଳିତ ଉଦ୍ୟମରେ ଆଜି ଠାରୁ ୫ଦିନିଆ ଜାତୀୟ କର୍ମଶାଳା ଆରମ୍ଭ ହୋଇଛି ।
ଅଧିକ ପଢନ୍ତୁ : ଏକବିଂଶ ଶତାବ୍ଦୀ ଭାରତର ଶତାବ୍ଦୀ ହେବାକୁ ଯାଉଛି: ଧର୍ମେନ୍ଦ୍ର ପ୍ରଧାନ
ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଞ୍ଚଳର ‘କୁଇ’ ବା ‘ଦେଶିଆ’ ଭାଷାଭାଷୀ ଶିକ୍ଷାର୍ଥୀମାନଙ୍କର ମୌଖକ ଭାଷା ବିକାଶ, ପଠନ ଓ ଲିଖନ ଦକ୍ଷତା ବିକାଶ ଉପଯୋଗୀ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ଶିକ୍ଷାର୍ଥୀ ତଥା ଶିକ୍ଷକମାନଙ୍କୁ ଯୋଗାଇଦେବା । କୁଇ ଏବଂ ଦେଶିଆ ଭାଷାରେ ଶୁଣିବା, କହିବା, ପଢିବା ଏବଂ ଲେଖିବା ପାଇଁ ବର୍ଣ୍ଣବୋଧ ପୁସ୍ତକକୁ ଛାତ୍ରଛାତ୍ରୀ ଗୁରୁତ୍ଵ ଦେବା ।
କୋଟିୟା ଠାରୁ ଆରମ୍ଭ କରି ସାରା ଜିଲ୍ଲାର ଆଦିବାସୀ, କୁଇ ସମାଜର ଲୋକଙ୍କ ପାଖରେ ଶିକ୍ଷା ପହଞ୍ଚାଇବାକୁ । ଓଡ଼ିଆ ଲିପିର କୁଇ ଓ ଦେଶିଆ ଭାଷା ଉପରେ ପୁସ୍ତକ ମୁଦ୍ରଣ ପ୍ରକାଶ ପାଇବା ପାଇଁ ପ୍ରୟାସ କରିବା ।
ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ଡ. ମହେନ୍ଦ୍ର କୁମାର ମିଶ୍ର, ପ୍ରଫେସର ଗୋପବନ୍ଧୁ ମହାନ୍ତି, ଡ. ପରମାନନ୍ଦ ପଟେଲ, ଡ. ରାଜେନ୍ଦ୍ର ପାଢ଼ୀ, ଡ. କପିଳ ଖେମଣ୍ଡୁ, ଡ. ରୁଦ୍ରାଣୀ ମହାନ୍ତି, ଡ. ଗୋବିନ୍ଦ ଚନ୍ଦ୍ର ପେଣ୍ଡେଇ, ସୁରେଶ ଖରା, ସନା ସାନ୍ତା, ତ୍ରିନାଥ ଖରା, ସୋମନାଥ ଅମାନତ୍ୟ, ଗୀତାଞ୍ଜଳି ପୂଜାରୀ, ନାରାୟଣ ମାଝି, ଗୋବିନ୍ଦ କୁମୁରିଆ, ସୁରେନ୍ଦ୍ର ତନ୍ତୀ ଏବଂ ଶିବଶଙ୍କର ପଟ୍ଟନାୟକ ପ୍ରମୁଖ ଯୋଗଦାନ ଦେଇଛନ୍ତି ।