ରାଜ୍ୟରେ ପୁଣି ଥରେ ଯେଉଁଭଳି ଭାବରେ ସଂକ୍ରମଣ ସଂଖ୍ୟା ବଢ଼ୁଛି ତାକୁ ନେଇ ରାଜ୍ୟବାସୀଙ୍କର ଚିନ୍ତା ବଢ଼ୁଛି।
୨୪ ଘଣ୍ଟାରେ ୫୩ କୋଭିଡ୍ ସଂକ୍ରମିତ ଚିହ୍ନଟ

ଅର୍ଗସ ବ୍ୟୁରୋ: ରାଜ୍ୟରେ ବଢୁଛି ସଂକ୍ରମଣ । ଦିନକୁ ଦିନ କାୟା ମେଲାଇଲାଣି କରୋନା ଭାଇରସ। ୨୪ ଘଣ୍ଟାରେ ୫୩ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 32 ଜଣ ଚିହ୍ନଟ । କ୍ବାରେଣ୍ଟାଇନ୍ରୁ ୩୩, ସ୍ଥାନୀୟ ସଂକ୍ରମିତ ୨୦ ଜଣ ରହିଛନ୍ତି । ଏହା ଦେଢ଼ ମାସରେ ସର୍ବାଧିକ ଦୈନିକ ସଂକ୍ରମଣ । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫ଜଣ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, , ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚଳିତ ବର୍ଷ ବାତ୍ୟା ଆଶଙ୍କା ଅଧିକ: ପାଣିପାଗ ବିଭାଗ

ଅର୍ଗସ୍ ବ୍ୟୁରୋ : ଏ ବର୍ଷ ବାତ୍ୟା ଆଶଙ୍କା ଅଧିକ। ଏପରିକି ଚଳିତ ବର୍ଷ ଅଧିକ ବାତ୍ୟା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୦୨୦ରୁ ଆରମ୍ଭ ହୋଇଥିବା ଲା-ନିନୋର ପ୍ରଭାବ ଚଳିତ ବର୍ଷ ମଧ୍ୟ ଜାରି ରହିଛି । ଯାହାର ପ୍ରଭାବରେ ଚଳିତ ବର୍ଷ ବାତ୍ୟାର ଆଶଙ୍କା ଅଧିକ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଲା-ନିନୋ ଥଣ୍ତା ସାମୁଦ୍ରିକ ଜଳକୁ କୁହାଯାଏ
Download Argus News App
