
ସୁନ୍ଦରଗଡ଼: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଆଜି ସୁନ୍ଦରଗଡ଼ରୁ ୮୩ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ସୁନ୍ଦରଗଡ଼ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୫୪ରେ ପହଞ୍ଚିଲାଣି । ଆଜି ରାଜ୍ୟରେ ନୂଆ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ତେବେ ଯେଉଁଭଳି ଭାବରେ ଲମ୍ଫଡିଆଁ ମାରୁଛି କରୋନା ତାହାକୁ ନେଇ ସମସ୍ତେ ଭୟଭୀତ ଅବସ୍ଥାରେ ଅଛନ୍ତି ।
ତେବେ ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କୋଭିଡ ଯୋଦ୍ଧା ରହିଛନ୍ତି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଟିଏମସିରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ରାଜ୍ୟରୁ ରାଉରକେଲା ଫେରନ୍ତାଙ୍କ ମଧ୍ୟରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ୨୨ଜଣ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
