ବାଲେଶ୍ୱର ଅଂଚଳର ଶ୍ରୀମତି ଚଂଚଳା ବେହେରା ଗତ ଜୁନ୍ ମାସ ୧୮ ତାରିଖରେ କରୋନା ସଂକ୍ରମିତ ହେବା ପରେ ଭୁବନେଶ୍ୱର ସମ୍ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ । ହସ୍ପିଟାଲ୍ରେ ଭର୍ତି ହେବା ସମୟରେ ସେ ଉଚ୍ଚ ରକ୍ତଚାପ ଓ ଶ୍ୱାସଜନିତ ସମସ୍ୟା ଯୋଗୁଁ ଗୁରୁତର ହୋଇପଡ଼ିଥିଲେ ।
ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ପୂର୍ବରୁ ହୃଦରୋଗ ଜନିତ ସମସ୍ୟା ରହିଥିବାରୁ ତାଙ୍କ ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଆଯାଇଥିଲା ।
ତେବେ ସମ୍ କୋଭିଡ୍ ଟିମ୍ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କ ଚିକିତ୍ସା, ସେବା ଓ ଯତ୍ନ ଫଳରେ ଦୀର୍ଘ ୨୦ ଦିନ ପରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଚଂଚଳା । ସେ ସୁସ୍ଥ ହେବା ପରେ ଘରକୁ ଯିବା ସମୟରେ ସମ୍ କୋଭିଡ ଟିମ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ତାଙ୍କ ବୋହୁ ଶ୍ରୀମତି ତପସ୍ୱିନୀ ବେହେରା ।