ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ପାରାଦୀପ ମାଛଧରା ବନ୍ଦରରେ ଭାସୁଛି ମୃତଦେହ । ମୃତ ଦେହକୁ ବର୍ତ୍ତମାନ ପାରାଦୀପ ଅଠର ବାଙ୍କୀ ମେଡିକାଲ୍ ଅଣାଯାଇଛି। ଯୁବକଙ୍କ ଘର ଭଦ୍ରକ ଜିଲ୍ଲାରେ ବୋଲି ଜଣାପଡିଛି। ଯୁବକ ଜଣକ ପାରାଦୀପ ମାଛଧରା ବନ୍ଦରରେ କାମ କରନ୍ତି। କାମ କରୁଥିବା ସମୟରେ ଯୁବକ ଜଣକ ନିଖୋଜ ଥିଲେ। ଆଜି ସକାଳୁ ଯୁବକ ଜଣକ ପାଣିରେ ଭାସୁଥିବା ଅବସ୍ଥାରେ ସ୍ଥାନୀୟ ମର୍ଷ୍ୟ ଯିବି ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର। ୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା। ମୃତକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା। ଦୁର୍ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍ । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ସୂଚନା। ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର।
ଆହୁରି ପଢ଼ନ୍ତୁ: ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ
ଅର୍ଗସ ବ୍ୟୁରୋ: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଏହା ଅଧିକ ଘନିଭୂତ ହୋଇ ଆଜି ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରେ ୩ ତାରିଖ ଦିନ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ଭୋର ସମୟରେ ଉତ୍ତର ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏହା କେଉଁଠି କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହେବ ।
ଅଧିକ ପଢ଼ନ୍ତୁ ଦେଶ ଖବର: