ଟଙ୍କା ବଇନା ନେଇକି ଦାଦନ ଭାବରେ ହାଇଦ୍ରାବାଦ ରାଜ୍ୟକୁ ଇଟା ତିଆରି କରିବାକୁ ଯାଇଛନ୍ତି l ହାଇଦ୍ରାବାଦ ରାଜ୍ୟ ମେଡାକ ଜିଲ୍ଲା ଟେକମାଲ ଥାନା ଏଲାମପାଳି ପଞ୍ଚାୟତ ଅଞ୍ଚଳରେ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି । ଇଟାଭାଟି ମାଲିକ ଶ୍ରମିକ ମାନଙ୍କୁ ରାତି ଦିନ ଖଟାଇ କାମ କରିବାକୁ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ ହୋଇଛି । ଖାଇବା ଠାରୁ ଆରମ୍ଭ କରି ଗାଧୋଇବା ପାଇଁ ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ।
ଶ୍ରମିକ ମାନେ ଗାଁ ଲୋକଙ୍କୁ ଭିଡିଓ ପଠାଇ ଉଦ୍ଧାର କରିବାକୁ ନିବେଦନ କରିଥିବା ଏକ ଭିଡିଓ ଭାଇରଲ ହୋଇଛି lତେବେ ପ୍ରଶାସନ ତରଫରୁ ତାଙ୍କୁ ସୁରକ୍ଷିତ ଉଦ୍ଧାର କରିବାକୁ ଅନୁରୋଧ କରାଯାଇଛି l ଦିନ କୁ ଦିନ ଏହି ଭଳି ଘଟଣା ସାମ୍ନା କୁ ଆସୁଥିଲେ ମଧ୍ୟ ପ୍ରଶାସନ କିମ୍ବା ସରକାର ନିଦାବିଷ୍ଣୁ ପାଲଟିଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: