ଖବର ପାଇ ମୃତ କଏଦୀଙ୍କ ପରିବାର ଲୋକେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଥିବାବେଳେ ପେଟ ଯନ୍ତ୍ରଣା ଯୋଗୁଁ ବିଶ୍ଵନାଥଙ୍କ ମୃତ୍ୟୁ ହୋଇଥିବା ତାଙ୍କ ଝିଅ କହିଛନ୍ତି। ତେବେ ଗାଁ ରେ ଗଛ କଟା ଘଟଣାକୁ କେନ୍ଦ୍ରକରି ବିଶ୍ଵନାଥଙ୍କ ସହ ୨୨ ଜଣ ମିଶି ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିଲେ। ପୁରୀ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଗତ ୬ ମାସ ହେବ ବିଶ୍ଵନାଥ ପେଟରେ ଯନ୍ତ୍ରଣା ପୀଡ଼ିତ ଥିବାବେଳେ ଆଜି ତାଙ୍କର ମୃତ୍ୟୁ ହୋଇଛି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।