ଏଥିସହ ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ ପରବର୍ତ୍ତୀ ସମୟରେ ଏଥିରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ଘଟିବାର ସମ୍ଭାବନା ରହିଛି । ସେହିପରି ଆଗାମୀ ଦୁଇଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଛି । ଯେପରିକି ଅନୁଗୁଳ, ଢେଙ୍କାନାଳ,ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି,କନ୍ଧମାଳ, କୋରାପୁଟ, ନୟାଗଡ଼, ଖୋର୍ଦ୍ଧା,କଟକ,ଗଞ୍ଜାମ, ଜଗତସିଂହପୁର,ପୁରୀ,ଗଜପତି,ରାୟଗଡ଼ା ।
ଏହି ସବୁ ଅଞ୍ଚଳରେ ଆଜି ମଧ୍ୟରାତ୍ରୀରୁ ସକାଳ ମଧ୍ୟରେ ଦୃଶ୍ୟମାନ ଦୂରତା ୨୦୦ ରୁ ୫୦ ମିଟର ମଧ୍ୟରେ ସୀମିତ ରହିବାର ସମ୍ଭାବନା ଥିବାରୁ ଯାତାୟତରେ ବାଧା ଉପୁଜିବା ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସର୍ତକ ସୂଚନା ଜାରି କରାଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...