ଶ୍ରୀଜଗନ୍ନାଥ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କ ରୂପରେ ମା’ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ-କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ ବି ପୂଜା ପାଇବେ। ଆଜିଠୁ ଗୁପ୍ତ ନୀତି ଆରମ୍ଭ ହେବ। ଜୟବିଜୟ ଦ୍ବାର ବନ୍ଦ ଓ ବେହେରଣ ଦ୍ବାର ଫିଟିବା ନୀତି ଅନୁଷ୍ଠିତ ହେବ। ଦଇତାପତି ସେବକମାନେ ଅଣସରର ଗୁପ୍ତନୀତି ପାଇଁ ପ୍ରତିଦିନ ବେହେରଣ ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିବେ।
ଅଧିକ ପଢନ୍ତୁ :ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା
ଅଣସରର ଗୁପ୍ତ ନୀତି ପରେ ମହାପ୍ରଭୁ ନବଯୌବନ ବେଶରେ ଦର୍ଶନ ଦେବା ସହ ରଥଯାତ୍ରାରେ ବାହାରକୁ ବାହାରିବେ। ଏହି ୧୪ ଦିନ ପଟିଦିଅଁମାନେ ଶ୍ରୀମନ୍ଦିର ଅଣସର ତାଟି ନିକଟରେ ପୂଜା ପାଇବେ। ମହାପ୍ରଭୁଙ୍କ ବଦଳରେ ପଟିଦିଅଁଙ୍କଠାରେ ଛପନ ପଉଟି ଭୋଗ ଲାଗି ହେବ। ଏହି ସମୟରେ ମହାପ୍ରଭୁଙ୍କଠାରେ ଫଳ ଆଦି ଲାଗି ହେବ। ଘନ ଅନ୍ଧକାର ଭିତରେ ଏହି ଭୋଗ ଲାଗି ସହ ଗୁପ୍ତ ସେବା ଅନୁଷ୍ଠିତ ହେବ।
ଅଧିକ ପଢନ୍ତୁ :ମହାପ୍ରଭୁଙ୍କ ମୁହଁଦେଖି ଆପଣ କ'ଣ ଭାବୁଛନ୍ତି ?