ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି । ଧିରେ ଧିରେ ଏହା ସ୍ଥଳଭାଗ ମୁହାଁ ହୋଇ ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିବ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ବାତ୍ୟା ଲାଣ୍ଡଫଲ କରିବ । ପୁରୀ ଓ ସାଗର ଦୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ।
ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତି ବେଶୀରେ ୧୨୦ କିମି ବେଗରେ ବହିପାରେ ପବନ । ଏହା ପ୍ରଭାବରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଜି ସନ୍ଧ୍ୟାରେ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେବ । ଆସନ୍ତା ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିବ।