ପରିବାର ଲୋକେ ତାଙ୍କୁ ତୁରନ୍ତ ପ୍ରଥମେ ଅନୁଗୁଳ ଡାକ୍ତରଖାନା ଓ ପରେ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରିଥିଲେ । କଟକ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ତାଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ଅନୁଗୋଳ ଡାକ୍ତରଖାନା ଅଣା ଯାଇଥିଲା । ତେବେ ଫାର୍ମରେ ଶୋଇଥିବା ସ୍ଥାନରୁ ପରିବାର ଲୋକେ ଏକ ହାତ ଲେଖା ବେନାମୀ ଚିଠି ପାଇଥିଲେ । ଯେଉଁଥିରେ ସଭାପତି ମହୋଦୟ , ଗାଁ ପାଇଁ ଶହୀଦ ହୋଇଯାଅ । ମନା କଲି ମୋ ପଛରେ ଲାଗନା । ଜାନୁଆରୀ ୨୫ ତାରିଖ ଥିଲା, ଆଜି ପୂରଣ ହେଲା ବୋଲି ଲେଖା ଯାଇଥିଲା । ଏହାଛଡା ଦୁଇଟି ସିରିଞ୍ଜ ମଧ୍ୟ ସେ ଜାଗାରୁ ମିଳିଛି । ତେବେ କିଏ ଓ କାହିଁକି ବାଳକୃଷ୍ଣଙ୍କୁ ହତ୍ୟା କରିଛି ସେ ନେଇ ପ୍ରଶ୍ନ ସୃଷ୍ଟି ହୋଇଛି । ବାଳକୃଷ୍ଣଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଛି ।