ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ରଥଟଣାର ମକଡ୍ରିଲ
ଗାଁକୁ ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ

ଅର୍ଗସ ବ୍ୟୁରୋ : ଗାଁକୁ ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ । ଫଳରେ ଷ୍ଟ୍ରେଚରରେ ପ୍ରାୟ ୨ କିଲୋମିଟର ବୁହା ହେଲେ ଗର୍ଭବତୀ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା କାଶୀପୁର ବ୍ଲକ କେନ୍ଦୁଗୁଡା ଗାଁରେ । ଗାଁର ପ୍ରଭାତି ମାଝୀଙ୍କ ଗର୍ଭ ଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ ଫୋନ କରିଥିଲେ ପରିବାର ଲୋକେ । ତେବେ ଗାଁକୁ ରାସ୍ତା ନଥିବାରୁ ପ୍ରାୟ ୨ କିଲୋମିଟର ଦୂରରେ ଅଟକିଥିଲା ଆମ୍ବୁଲାନ୍ସ । ଏହାପରେ ଆମ୍ବୁଲାନ୍ସ କର୍ମଚାରୀ ମହିଳାଙ୍କୁ ଷ୍ଟ୍ରେଚରରେ ବୋହି କି ଆମ୍ବୁଲାନ୍ସ ନିକଟକୁ ନେଇଥିଲେ । ସେଠାରୁ ମହିଳାଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଛି । ମହିଳା ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିବା ବେଳେ ଉଭୟ ସୁସ୍ଥ ଥିବା ସୂଚନା ଦେଇଛନ୍ତି ଡାକ୍ତର ।
ରଥଟଣାର ଡେମୋ ଦେଖାଇଲେ ପୋଲିସ ବାହିନୀ
ପୁରୀ: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ଶୃଙ୍ଖଳିତ ରଥଯାତ୍ରା କରିବା ପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ମକଡ୍ରିଲ କରାଯାଉଛି । ରଥଟଣା କାର୍ଯ୍ୟ କିଭଳି ସୂଚାରୁରୂପେ ସମ୍ପାଦନ ହୋଇପାରିବ ତାହାର ଡେମୋ କରାଯାଉଛି । ରଥ ପୁଲିଂରେ ଯେଭଳି ଅସୁବିଧା ନହୁଏ ସେଥିପାଇଁ ପ୍ରଥମେ ତାଳଧ୍ଵଜ ରଥ, ଦ୍ବିତୀୟରେ ଦେବଦଳନ ରଥ ଓ ଶେଷରେ ନନ୍ଦିଘୋ
Download Argus News App
