ଅଧିକ ପଢନ୍ତୁ: ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଘରେ କଲେ ପ୍ରସବ
ଗାଁକୁ ପକ୍କା ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଆସିପାରିନଥିଲା । ଫଳରେ ଦୁଇ କିଲୋମିଟର ନଦୀ ନାଳ ଡେଇଁ ପାହାଡିଆ ପଥୁରିଆ ରାସ୍ତାରେ ଆମ୍ବୁଲାନ୍ସ କର୍ମଚାରୀଙ୍କ ସହ ଆଶା ଦିଦି ଏବଂ ପରିବାର ଲୋକେ ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ନେଇଥିଲେ । ସେଠାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଡଙ୍ଗାସିଲ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଏବେ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍ ରହିଛି । ରାଜ୍ୟରେ ଏ ଘଟଣା ନୂଆ ନୁହେଁ ବାରମ୍ୱାର ରାଜ୍ୟର ବିଭିନ୍ନ ସ୍ଥାନରୁ ଏଭଳି ଘଟଣା ସାମ୍ନାକୁ ଆସୁଛି। ହେଲେ ଏନେଇ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଯେଉଁଥିପାଇଁ ଏଭଳି ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି ଗରିବ ଲୋକମାନେ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ