ତେବେ ଏଥିରେ ୨୦୨୩-୨୪ ଆର୍ଥିକ ବର୍ଷ ବଜେଟକୁ ଅନୁମୋଦନ ମିଳିବ । ଚଳିତ ମାସ ୨୧ ତାରିଖରୁ ରାଜ୍ୟ ବଜେଟ୍ ଅଧିବେସନ ଆରମ୍ଭ ହେବ । ଫେବ୍ରୁୟାରୀ ୨୪ ତାରିଖରେ ବଜେଟ୍ ଉପସ୍ଥାପନା ହେବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍ ଉପସ୍ଥାପନ କରିବେ । ଏହି ଅଧିବେସନ ଦୁଇଟି ପର୍ଯ୍ୟାୟରେ ହେବ । ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେସନ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି ।
ଓଡିଶା ନ୍ୟୁଜ ଆହୁରି ପଢନ୍ତୁ