ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଥାନା ଅନ୍ତର୍ଗତ ଦୁର୍ଗାପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ବୁଧବାର ବିଳମ୍ବିତ ରାତିରେ ଏକ ଜଳଖିଆ ଦୋକାନରେ ମିଠା ତିଆରି କରାଯାଉଥିବା ବେଳେ ହଠାତ୍ ଚୁଲିରୁ ନିଆଁ ବାହାରି ଦୋକାନ ଘରେ ଲାଗିଥିଲା । ଦୋକାନଟି ଚାଳଛପର ହୋଇଥିବାରୁ କ୍ଷିପ୍ର ବେଗରେ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା । ଫଳରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । କେବଳ ଜଳଖିଆ ଦୋକାନ ନୁହେଁ ଆଖପାଖରେ ଥିବା ଅନ୍ୟ ଦୁଇ ଦୋକାନକୁ ମଧ୍ୟ ନିଆଁ ବ୍ୟାପିଯାଇଥିଲା । ପାଖରେ ଥିବା ଏକ ଚିକେନ୍ କାଉଣ୍ଟର ସମେତ ଏକ ରାସନ ଦୋକାନ ପୋଡ଼ି ଛାର୍ଖାର୍ ହୋଇଯାଇଛି ।
ସୂଚନା ଅନୁଯାୟୀ ଜଳଖିଆ ଦୋକାନଟି ଗୟା ସାହୁଙ୍କର ଥିବା ବେଳେ ରାସନ ଦୋକାନଟି ମିଲୁ ସାହୁଙ୍କର ବୋଲି ଜଣାପଡ଼ିଛି । ରାସନ ଦୋକାନରେ ମଧ୍ୟ ଲକ୍ଷାଧିକ ଟଙ୍କାର ସାମଗ୍ରୀ ରହିଥିଲା । ଘଟଣାସ୍ଥଳରେ ଉପସ୍ଥିତ ଲୋକମାନେ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ ।
ତେବେ ଖବର ପାଇ ଛେଣ୍ଡିପଦା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ତେବେ ରାଜସ୍ୱ ବିଭାଗ ପକ୍ଷରୁ ଯଥାଶୀଘ୍ର ତଦନ୍ତ କରିବା ସହ କ୍ଷୟକ୍ଷତି ଆକଳନ କରାଯାଇ ସରକାରୀ ସହାୟତା ଯୋଗାଇଦେବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି ।
କଟକ : ଡ୍ରାଇଭର ଙ୍କୁ ମାଡ଼ ମାରି ୧ଲକ୍ଷ ୨୦ ହଜାର ଜରିମାନା ଗଣିଲେ ବାଲିଘାଟ ମାଲିକ। ସୋମବାର ଦିନ ନୂଆପାଟଣା ଗ୍ରାମର ଡ଼୍ରାଇଭର ପିତାମ୍ବର ନାୟକଙ୍କୁ ବିନା କାରଣ ରେ ବ୍ରହ୍ମପୁରା ବାଲିଘାଟ ନିକଟରେ ମାଡ଼ ହୋଇଥିଲା। ଡ୍ରାଇଭର ବ୍ରହ୍ମପୁରା ବାଲିଘାଟକୁ ବାଲି ଆଣିବା ପାଇଁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ବ୍ରହ୍ମପୁରା ବାଲିଘାଟ ନିକଟରେ ନରସିଂହପୁର ଡ୍ରାଇଭର ମହାସଂଘ ପକ୍ଷରୁ ଶହେରୁ ଉର୍ଦ୍ଧ୍ବ ଡ୍ରାଇଭର ବାଲିଘାଟ କୁ ବନ୍ଦ କରି ରଖିଥିଲେ।
ଅଧିକ ପଢନ୍ତୁ ଓଡିଶା ଖବର
ଆଜି ନିଜିଗଡ଼ ସ୍ଥିତ ଡ୍ରାଇଭର ସଙ୍ଘ ମୁଖ୍ୟ କାର୍ଯ୍ୟାଳୟରେ ବାଲିଘାଟ ପରିଚାଳକ, ମାଲିକ ଓ ଆହତ ଡ୍ରାଇଭରଙ୍କ ସହ ନରସିଂହପୁର ଡ୍ରାଇଭର ମହାସଙ୍ଘ ର ସଭାପତି, ଉପସଭାପତି ଙ୍କ ସମେତ ପଚାଶରୁ ଉର୍ଦ୍ଧ୍ବ ଡ୍ରାଇଭର ଏକଜୁଟ ହୋଇ ବାଲିଘାଟ ଉପରେ ୧ଲକ୍ଷ ୨୦ ହଜାର ଟଙ୍କାର ଜୋରିମାନା ଆଦାୟ ସହ ଭବିଷ୍ୟତରେ କୌଣସି ଡ୍ରାଇଭରଙ୍କୁ ଆକ୍ରମଣ ନ କରିବାକୁ ଉପଦେଶ ଦେଇଛନ୍ତି।
ଭୁବନେଶ୍ୱର: ଭଣ୍ଡ ତ୍ରିକାଳ ଦର୍ଷୀ ବାବା ଓ ମାତାଙ୍କ କଳା କାରନାମା । ଘର ଭାଙ୍ଗିଲେ ସମ୍ପତ୍ତି ଲୁଟିନେଲେ । ମହିଳାଙ୍କ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ । ପୂର୍ବରୁ ସ୍ୱାମୀକୁ ଗିରଫ କରିଥିଲା ଏବେ ସ୍ତ୍ରୀକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ ।
ଅଭିଯୋଗ ଅନୁସାରେ ଘରର ସମସ୍ୟା ଦୂର ପାଇଁ ନିଜକୁ ମାତା ବୋଲାଉଥିବା ରିନି ନାମକ ଜଣେ ମହିଳାଙ୍କୁ ଭେଟିଥିଲେ ଅଭିଯୋଗକାରୀ । ବିଭିନ୍ନ କଥା କହି ଅଭିଯୋଗକାରୀ ମହିଳାଙ୍କ ମନରେ ବିଶ୍ୱାସ ଜନ୍ମାଇଥିଲେ ମାତା ରିନି । ଏପରିକି ପୂଜା କଲେ ସମସ୍ୟାର ସମାଧାନ ହେବ ତାହାର ବାଟ ବତାଇ 5 ଲକ୍ଷ ଟଙ୍କା ନେଇ ଯାଇଥିଲେ ।
ପରେ ମହିଳାଙ୍କୁ କିଛି ସୁଫଳ ନମିଳିବାରୁ ଠକେଇ ନେଇ ବଡଗଡ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ରିନି ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏବେ ଖୋଜା ଚାଲିଛି ପବନରେ ହୁକୁମ ଦେଉଥିବା ବାବା କେଉଁଠି ।
ଆହୁରି ପଢନ୍ତୁ ଅପରାଧ ଖବର...
ଭଦ୍ରକ : ଚାନ୍ଦବାଲି ବ୍ଲକ ଜଳଧରପୁର ଗ୍ରାମରେ ନିଆଁ ଲାଗି ଏକ ବାଇକ,ଦୁଇ ବଖରା ଘର ସହିତ ଲକ୍ଷାଧିକ ଟଙ୍କାର ଆସବାପତ୍ର ପୋଡି ଯାଇଥିବା ଦେଖିବାକୁ ମିଳିଛି। ତେବେ ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟା ସମୟରେ ଜଳଧରପୁର ଗ୍ରାମର ଜଗନ୍ନାଥ ନାୟକଙ୍କ ଘରେ ଇଲେଟ୍ରିକ ସଟ୍ ସର୍କିଟ୍ କାରଣରୁ ନିଆଁ ଲାଗିଯାଇଥିଲା । ପରେ ନିଆଁ ଅଧିକ ବ୍ୟାପିବା କାରଣରୁ ଘରେ ଥିବା ଏକ ଗ୍ଲାମର ବାଇକରେ ମଧ୍ୟ ନିଆଁ ଲାଗିଯାଇଥିଲ ।
ଅଧିକ ପଢନ୍ତୁ : ୨ ଗୁରୁତରଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର,୩ ଆହତ
ଯାହା ଫଳରେ ବାଇକ ଟାଙ୍କି ଫାଟିବାରୁ ନିଆଁଟି ସଙ୍ଗେ ସଙ୍ଗେ ଚାରିଆଡକୁ ବ୍ୟାପିଯାଇଥିଲା । ଯାହା ଫଳରେ ଘରେ ଥିବା ସୁନା ଅଳଙ୍କାର ଓ ଟଙ୍କା ପଇସା ସହିତ ଅତି ଆବଶ୍ୟକ କାଗଜପତ୍ର ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି। ତେବେ ଖବର ପାଇ ଚାନ୍ଦବାଲି ଦମକଳ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି।