ଅନୁଗୁଳ: ତାଳଚେର ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତକଙ୍କ ପରିବାର ପକ୍ଷରୁ ଏବେ ବି ଧାରଣା ଦିଆଯାଇଛି । ସୂଚନାଯୋଗ୍ୟ, କୋଇଲା ଖଣି ଦୁର୍ଘଟଣାରେ ପ୍ରଥମେ 4 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖଣିରୁ ଜଣେ ଶ୍ରମିକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଦୁର୍ଘଟଣାର ପ୍ରଥମ ଦିନରୁ ମୃତକଙ୍କ ପରିବାର ଓ ସ୍ଥାନୀୟ ଗ୍ରାମବାସୀ ପକ୍ଷରୁ କ୍ଷତିପୂରଣ ଦାବି କରି ଧାରଣା ଦିଆଯାଇଛି । ପ୍ରଥମେ ଉପଜିଲ୍ଲାପାଳଙ୍କ ସହ କ୍ଷତିପୂରଣ ଦାବି ନେଇ ପରିବାର ପକ୍ଷରୁ ଆଲୋଚନା କରାଯାଇଥିଲା । ହେଲେ କୌଣସି ପ୍ରକାର ସୁଫଳ ମିଳିନଥିଲା ।
ଫଳରେ ପ୍ରଥମ ଦିନଠାରୁ ଆଜି ସୁଦ୍ଧା ଧାରଣାକୁ 13 ଦିନ ବିତିଯାଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ଓ ଖଣି ମାଲିକଙ୍କ ଦୃଷ୍ଟି ପଡ଼ୁ ନାହିଁ । ତେବେ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।
ଆଜି ତାଳଚେର ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏନେଇ ଅନୁଷ୍ଠିତ ବୈଠକ ବିଫଳ ହୋଇଥିବା ଜଣାପଡ଼ିଛି । ସ୍ଥାୟୀ ନିଯୁକ୍ତି ଏବଂ ମୃତକଙ୍କ ପରିବାରକୁ 3 କୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି ଗ୍ରାମବାସୀ ।
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।
ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ ଅପରାଧ ଖବର...