ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କୁ କୋର୍ଟଙ୍କ ଝଟ୍କା । ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଛନ୍ତି କଟକର ପରିବାର ଅଦାଲତ ବା ଫ୍ୟାମିଲି କୋର୍ଟ । ଏହା ସହିତ ତାଙ୍କ ପତ୍ନୀ ବର୍ଷା କରିଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି କୋର୍ଟ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର। ୮ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା। ମୃତକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା। ଦୁର୍ଘଟଣାରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ । ଟ୍ରକ୍ କୁ ପିଟିଲା ୱିଙ୍ଗର ଭ୍ୟାନ୍ । ଦୁର୍ଘଟଣାରେ 8 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ 20 ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଦିଗପହଣ୍ଡି ଅଞ୍ଚଳର ବୋଲି ସୂଚନା। ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ରାଜ୍ୟ ସରକାର।
ଆହୁରି ପଢ଼ନ୍ତୁ: ଅଧାରେ ରହିଲା ମା' ତାରିଣୀଙ୍କ ଦର୍ଶନ
ଅର୍ଗସ ବ୍ୟୁରୋ: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଏହା ଅଧିକ ଘନିଭୂତ ହୋଇ ଆଜି ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରେ ୩ ତାରିଖ ଦିନ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ଭୋର ସମୟରେ ଉତ୍ତର ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏହା କେଉଁଠି କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହେବ ।
ଅଧିକ ପଢ଼ନ୍ତୁ ଦେଶ ଖବର: