ସେ ନଗ୍ନ ଭିଡିଓ ସୁଟିଂ କରି ବ୍ଲାକମେଲ୍ କରୁଥିଲେ । ଅର୍ଚ୍ଚନା, ଜଗବନ୍ଧୁଙ୍କ ବିରୋଧରେ ମନି ଲଣ୍ଡରିଂର ବ୍ୟାପକ ପ୍ରମାଣ ମିଳିଛି । 2 ଜଣଙ୍କ ଆକାଉଣ୍ଟରେ କୋଟି କୋଟି ଟଙ୍କାର କାରବାର ହୋଇଛି । ଅର୍ଚ୍ଚନାଙ୍କ ମାୟାଜାଲରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ପଡ଼ିଛନ୍ତି । ଫିଲ୍ମ ପ୍ରଯୋଜକଙ୍କଠାରୁ ଆରମ୍ଭ କରି ହୋଟେଲ ବ୍ୟବସାୟୀ, ବିଲଡର, ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଅର୍ଚ୍ଚନାଙ୍କ ବ୍ଲାକମେଲ୍ର ଶିକାର ହୋଇଛନ୍ତି । ହନିଟ୍ରାପ ଓ ବ୍ଲାକମେଲିଂ ମାମଲାରେ ଅକ୍ଟୋବର 6 ତାରିଖରେ ଅର୍ଚ୍ଚନାଙ୍କୁ ଗିରଫ କରିଥିଲା ଖଣ୍ଡଗିରି ଥାନା ପୋଲିସ ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।