ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନର ବର୍ଷା ସମ୍ଭାବନା ଅଛି । କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୪ ତାରିଖରେ ପୁରୀ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଦେବଗଡ଼ର ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ୧୫ରେ ବର୍ଷାର ପରିମାଣ ଆହୁରି ବଢ଼ିବ ।
ସମ୍ବଲପୁର, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଢ଼ାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୧୪ ଓ ୧୫ ତାରିଖରେ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।