କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲ୍ଲାପାଳ ଏହିଭଳି ପଦକ୍ଷେପ ନେଇଥିବା କହିଛନ୍ତି। ଏହି କଟକଣା ସମୟରେ ସ୍ୱାସ୍ଥ୍ୟ ଓ ଜରୁରୀକାଳୀନ ସେବାକୁ ଛାଡି ଅନ୍ୟ ସମସ୍ତ ସେବାକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାସ୍କ ପରିଧାନ ଓ ସାମାଜିକ ଦୂରତା ବଜାଇ ରଖିବା ବାଧ୍ୟତାମୂଳକ ।
ବୌଦ୍ଧରେ ଜୁଲାଇ ୩୧ ଯାଏଁ ସଟଡାଉନ୍ ଘୋଷଣା

ବୌଦ୍ଧ: ରାଜ୍ୟରେ ବେକାବୁ କରୋନା । ବୌଦ୍ଧ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବଢୁଥିବା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାକୁ ଆଗାମୀ ଜୁଲାଇ ୩୧ ତାରିଖ ଯାଏଁ ସଟଡାଉନ୍ ଘୋଷଣା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବୌଦ୍ଧ ଜିଲ୍ଲାପାଳ ।
Download Argus News App
