ଭୁବନେଶ୍ୱର: ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ 50 ତମ ସମାବର୍ତ୍ତନ ଉତ୍ସବ । ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ । ଏହି ଅବସରରେ 5 ବ୍ୟକ୍ତିତ୍ବଙ୍କୁ ସମ୍ମାନଜନକ ଡିଲିଇଟି ଉପାଧି ପ୍ରଦାନ କରାଯାଇଛି ।
ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନରାଲ ଅଫ ଇଣ୍ଡିଆ ଗିରୀଶଚନ୍ଦ୍ର ମୁର୍ମୁ, ହାଇକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା, ଭାଭା ଆଟୋମିକ ରିସର୍ଚ୍ଚ ସେଣ୍ଟରର ନିର୍ଦେଶକ ଅଜିତକୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡ.ବିଜୟକୁମାର ସାହୁଙ୍କୁ ଏହି ଉପାଧି ପ୍ରଦାନ କରାଯାଇଛି ।
ଏହାସହ ଉତ୍ସବରେ ୨୦୧୯-୨୦ ଶିକ୍ଷା ବର୍ଷର ୪୧ ଜଣଙ୍କୁ ପିଏଚଡି ଓ ୯୦ ଜଣଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯାଇଛି । ଏହି ଅବସରରେ ଉପରାଷ୍ଟ୍ରପତି ଦିକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ଓଡ଼ିଆରେ ଭାଷଣ ଆରମ୍ଭ କରିଥିଲେ ଉପରାଷ୍ଟ୍ରପତି । ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି କହିଛନ୍ତି, ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ । ଶିକ୍ଷା ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସଂଗଠିତ କରିଥାଏ । ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କଲେ ଉପରାଷ୍ଟ୍ରପତି । ସେହିପରି ପୂର୍ବ ଏସୀୟ ଦେଶ ସହ ନୌବାଣିଜ୍ୟ ଥିଲା ମହାନ ପରମ୍ପରା ।