କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ ଅତିରିକ୍ତ କମିଶନର କରାଯାଇଛି। ସେ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କର ପ୍ରାଇଭେଟ ସେକ୍ରେଟାରୀ ଥିଲେ। ସେହିଭଳି ପ୍ରଦୀପ କୁମାର ରାଉତଙ୍କୁ ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ପୂର୍ବତନ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀଙ୍କ ପ୍ରାଇଭେଟ ସେକ୍ରେଟେରୀ ଗୌରହରି ବେହେରାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି। କେନ୍ଦୁଝରର ପୂର୍ବତନ ଅତିରିକ୍ତ ଡିଏମ୍ ଯଦୁମଣି ମହାଲଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି।
କନ୍ଧମାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଥିବା ରତ୍ନାକର ସାହୁଙ୍କୁ ବାଲେଶ୍ୱର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ୍ ଭାବେ ବଦଳି କରାଯାଇଛି। ଯାଜପୁର ଜିଲ୍ଲା କଳିଙ୍ଗନଗରର ଏଡିଏମ୍ ଥିବା ଲଙ୍କେଶ୍ୱର ଅମାତଙ୍କୁ ଭଦ୍ରକ ଏଡିଏମ୍ ଭାବେ ବଦଳି କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇର ତହସିଲଦାର ଥିବା ଅଶୋକ କୁମାର ଗଡ଼ତିଆଙ୍କୁ ଅତିରିକ୍ତ ଅବକାରୀ କମିଶନର ଭାବେ କଟକକୁ ବଦଳି କରାଯାଇଛି।
ମୟୂରଭଞ୍ଜ ଏଡିଏମ୍ ଉଦୟ କୁମାର ମହାପାତ୍ରଙ୍କୁ ଅନୁଗୋଳ ଏଡିଏମ୍ ଭାବେ ବଦଳି କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଦରିଦ୍ରଭଞ୍ଜ ଏମ୍ ଏମ୍ ପାତ୍ରଙ୍କୁ ବାଲେଶ୍ୱର-ମୟୂରଭଞ୍ଜ ମେଜର ସେଟେଲମେଣ୍ଟର ସେଟେଲମେଣ୍ଟ ଅଫିସର ଭାବେ ବାରିପଦାକୁ ବଦଳି କରାଯାଇଛି। ଭୁବନେଶ୍ୱର ସ୍ଥିତ ସିଡିଆଇ ଅଫିସରେ ଏସ୍ଆର (ଜେନେରାଲ) ଭାବେ କାର୍ଯ୍ୟ କରୁଥିବା ଦିପ୍ତୀରଞ୍ଜନ ବେହେରାଙ୍କୁ ପୂର୍ତ୍ତ ବିଭାଗକୁ ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।
ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍) ନିରଞ୍ଜନ ବେହେରାଙ୍କୁ ଜଗତସିଂହପୁରର ପାରାଦୀପର ଅତିରିକ୍ତ ଜିଲ୍ଲାପାଳ (ଏଡିଏମ୍) ଭାବେ ବଦଳି କରାଯାଇଛି। ପାରାଦୀପରେ ଅତିରିକ୍ତ ଜିଲ୍ଲାପାଳ ବା ଏଡିଏମ ଭାବେ କାର୍ଯ୍ୟ କରୁଥିବା ଲଳିତ ମୋହନ ବେହେରାଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦର ସିଡିଓ-କମ୍-ଇଓ ଭାବେ ବଦଳି କରାଯାଇଛି।
ଢେଙ୍କାନାଳ ସବ୍-କଲେକ୍ଟର ସପନ କୁମାର ନନ୍ଦଙ୍କୁ ଯାଜପୁରର କଳିଙ୍ଗନଗର ଏଡିଏମ୍ ବା ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଓଡ଼ିଶା ଅର୍ବାନ ଇନଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡର ଏଓ ତଥା ଜାଗା ମିଶନ ଓଏସ୍ଡି ଥିବା ସଞ୍ଜୟ କୁମାର ରାଉତଙ୍କୁ ଓଡ଼ିଶା ଷ୍ଟେଟ ବେଭେରେଜ୍ କର୍ପୋରେସନ (ଓଏସ୍ବିସି)ର ମହାପ୍ରବନ୍ଧକ ଭାବେ ବଦଳି କରାଯାଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର