ଏହି ଘଟଣାରେ ବିଧାୟକ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିଲା। ନିମ୍ନ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ।
ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ଯାହାଫରେ ସାଧାରଣ ଜନତାଙ୍କ ସମେତ ପୁଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଥିଲେ। ଏହା ପରେ ତାତି ଥିଲେ ସ୍ଥାନୀୟ ଲୋକେ। ବିଧାୟକଙ୍କୁ ତାଙ୍କ ଗାଡ଼ିରୁ ଟାଣି ଆଣି ପ୍ରବଳ ମାଡ଼ ମାରି ଲହୁଲୁହାଣ କରିଦେଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲ୍ରେ ଭର୍ତ୍ତି କରିଥିଲା।
ଆହୁରି ଅଧିକ ଓଡିଶାର ଅନ୍ଯାନ୍ଯ ତାଜା ଖବର ପଢ଼ନ୍ତୁ ।