ତେବେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି । ଏବଂ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମେ 30 ତାରିଖରେ ସାରା ରାଜ୍ୟ ତଥା ସାରା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ ।
ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ସଂଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।