ବାରିପଦା: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ୧୫୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଉଦଳା ବ୍ଲକ୍ ରାଜ୍ୟ ରାଜପଥ , ଚମ୍ପା ନଦୀ ଉପରେ ହାଇଲେଭ୍ଲ ସେତୁ, ଉଦଳା ଉପଖଣ୍ଡ ଚିକିତ୍ସାଳୟର ୫୦ଶଯ୍ୟା ବିଶିଷ୍ଟ ନବନିର୍ମିତ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର, ବାରିପଦା ମହିଳା ମହାବିଦ୍ୟାଳୟ, ଏମପିସି ଜୁନିୟର କଲେଜର ୩୦୦ସିଟ୍ ବିଶିଷ୍ଟ ଛାତ୍ରୀ ନିବାସର ଶୁଭ ଉଦଘାଟନ କରିଛନ୍ତି । ଏହିପରି ୧୧ଟି ଜନହିତକର ପ୍ରକଳ୍ପର ଉଦଘାଟନ୍ କରିବା ସହିତ ୬ଟି ଜନହିତକାରୀ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ସହ ଶୁଳିଆପଦା ବ୍ଲକର ଫଣିଆ, ମୋରଡ଼ାବ୍ଲକର କୁଆଳିଭଙ୍ଗା ଏବଂ ଶାମାଖୁଣ୍ଟା ବ୍ଳକର ଜ୍ୟୋତିପୁରଠାରେ ୩ଟି ପାଇପ୍ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଉଦ୍ଘାଟନ କରିଛନ୍ତି । ବାରିପଦା ବ୍ଲକର ନବନିର୍ମିତ ଜିଲ୍ଲା ପଞ୍ଚାୟତ ସମ୍ୱଳ କାର୍ଯ୍ୟାଳୟ ଉଦ୍ଘାଟନ କରିଛନ୍ତି । ମିଶନ୍ ଶକ୍ତି ମହାସମାବେଶରେ ମୁଖ୍ୟମନ୍ତ୍ରୀ ଚାରୋଟି ବଡ଼ ଘୋଷଣା କରିଛନ୍ତି ।
ବାରିପଦାର କୋ ଅପରେଟିଭ୍ ବ୍ୟାଙ୍କ୍ ପୁନଃ କାର୍ଯ୍ୟକ୍ରମ ହେବ । ରାଜ୍ୟ ସରକାର ଏଥିପାଇଁ ଟଙ୍କା ଯୋଗାଇ ଦେବେ । ଏହାବ୍ୟତୀତ ବନ୍ୟାରୁ ରକ୍ଷା ପାଇବା ପାଇଁ ବାରିପଦାରେ ରିଙ୍ଗ ରୋଡ଼୍ ତିଆରି ହେବ । ଛଉ ନୃତ୍ୟ ଉପରେ ଅଧିକ ଗବେଷଣା ପାଇଁ କେନ୍ଦ୍ର ପ୍ରତିଷ୍ଠା କରାଯିବ । ମୟୁରଭଞ୍ଜ ଆୟୁର୍ବେଦିକ କଲେଜକୁ ସରକାରୀ କରାଯିବ ।
ଏହାସହ ୬ଟି ଜନହିତକାରୀ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବୁଢାବଳଙ୍ଗ ନଦୀ ଉପରେ ସେତୁ, ବାରିପଦା-ପ୍ରତାପପୁର-ବଡସାହି-ମାଣତ୍ରୀ ରାସ୍ତାର ଉରା ନାଳ ଉପରେ ସେତୁ, କପ୍ତିପଦା ବଡଗୁଡୁଗୁଡିଆ ଏବଂ ଶୁଳିଆପଦା ବ୍ଲକର ଧାତିକାରେ ୨ଟି ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ । ଏହାସହ ମିଶନ ଶକ୍ତି ଯୋଜନାରେ ୨୦ ହଜାର୨୯୫ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଟଙ୍କା ଲେଖାଏଁ ସିଡ୍ ମନି ସହାୟତା, ୨୬ଟି ବ୍ଲକସ୍ତରୀୟ ମହାସଂଘକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ମୟୂରଭଂଜ ଜିଲ୍ଲାରେ ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମହାସଂଘ ଗୁଡିକୁ ସମୁଦାୟ ୪୯ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କଲେ ରାଜ୍ୟ ସରକାର ।
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର