ମହାପ୍ରଭୁଙ୍କର ଏହି ଅପୂର୍ବ ଦୃଶ୍ୟକୁ ଦର୍ଶନ କରିବା ପାଇଁ ଦୁର ଦୁରାନ୍ତରୁ ଭକ୍ତମାନେ ଆସି ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନକରି କୋଟି ପୁଣ୍ୟ ଅର୍ଜନ କରିବାର ସୌଭାଗ୍ୟ ଅର୍ଜନ କରିଥିବା ପ୍ରକାଶ କରିଛନ୍ତି ଶ୍ରଦ୍ଧାଳୁ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜେଷ୍ଠ ମାସ ଶୁକ୍ଳପକ୍ଷ ପୁର୍ଣ୍ଣୀମା ତିଥିରେ ଶ୍ରୀକ୍ଷେତ୍ର ସହ ଅନ୍ୟାନ୍ୟ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଥାଏ । ଅନ୍ୟ ଭାବରେ କହିବାକୁ ଗଲେ ଏହି ଦିନକୁ ମହାପ୍ରଭୁ କାଳିଆ ସାଆନ୍ତଙ୍କ ଜନ୍ମ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଇଥାଏ । ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ମଧ୍ୟ ଖୁବ୍ ଆଡ଼ମ୍ବରରେ ପାଳନ ହେଉଛି ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ଭକ୍ତ ତ ଭକ୍ତ, ସ୍ବର୍ଗରୁ ଦେବତା ମାନେ ମଧ୍ୟ ଏହି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଦର୍ଶନ କରିବା ପାଇଁ ବ୍ୟାକୁଳିତ ଥାଆନ୍ତି।
ଏହି ଅପୂର୍ବ ଦୃଶ୍ୟ ହେଉଛି ଦ୍ବିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉଙ୍କ ସ୍ନାନ ମଣ୍ଡପର ଦୃଶ୍ୟ। ଆଜି ମହାପ୍ରଭୁଙ୍କ ଅଲୌକିକ ସ୍ନାନଯାତ୍ରା ମହାସମାରୋହରେ ପାଳିତ ହେଉଛି । ଚଳିତ ବର୍ଷ ଏହି ଅପୁର୍ବ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ସକାଳ ୪ଟା ୩୦ମିନିଟ ରେ ଶ୍ରୀମନ୍ଦିରରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଗୋଟି ପହଣ୍ଡିରେ ରତ୍ନ ସିଂହାସନ ରୁ ସ୍ନାନ ମଣ୍ଡପ ଜନ୍ମବେଦୀ କୁ ଅଣାଯାଇଥିଲା। ପ୍ରତି ଦିଅଁଙ୍କୁ ପ୍ରଥମେ ପଇଡ ଜଳ , ଗଙ୍ଗା ଜଳ ସହ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରାଯାଇଅଛି। ଏହାପରେ ଚନ୍ଦନ ଲାଗି ପରେ ସକାଳ ଧୁପ ଅର୍ପଣ କରିଥିଲେ ପୁଜକ ସେବକ ।
ମହାପ୍ରଭୁଙ୍କର ଏହି ଅପୂର୍ବ ଦୃଶ୍ୟକୁ ଦର୍ଶନ କରିବା ପାଇଁ ଦୁର ଦୁରାନ୍ତରୁ ଭକ୍ତମାନେ ଆସି ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନକରି କୋଟି ପୁଣ୍ୟ ଅର୍ଜନ କରିବାର ସୌଭାଗ୍ୟ ଅର୍ଜନ କରିଥିବା ପ୍ରକାଶ କରିଛନ୍ତି ଶ୍ରଦ୍ଧାଳୁ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?