ତେବେ ଗତକାଲି ଜଣେ ଯୁବକ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ । ଏହାକୁ ପ୍ରତିବାଦ କରି ଅନ୍ୟ ଏକ ସମ୍ପ୍ରଦାୟର ଲୋକମାନେ ଥାନାରେ ଏତଲା ଦେଇଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ବେଳେ ଆଜି ନଙ୍ଗାମହଲା ଠାରେ ହଠାତ ଏକ ସମ୍ପ୍ରଦାୟର ଲୋକମାନେ ଏକତ୍ରିତ ହୋଇ ମେଳି ବାନ୍ଧିଥିଲେ । ପରେ ଏହି ବେଆଇନ ମେଳି ସନ୍ଥିଆ ପୋଲ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିବା ଖବର ପାଇ ପୋଲିସ ଓ ମାଜିଷ୍ଟ୍ରେଟ ଘଟଣାସ୍ଥଳକୁ ଆସୁଥିବାବେଳେ ଉକ୍ତ୍ୟକ ଯୁବକ ମାନେ ପୋଲିସ ଉପରକୁ ମାଡ଼ ମାରିବା ସହ ଠେଲା ପଥର ଫୋପାଡ଼ି ଥିଲେ । ଏହି ମାଡ଼ରେ ଦୁଇ ପୋଲିସ ଆହତ ହୋଇଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...