ଅଧିକ ପଢନ୍ତୁ ଓଡିଶା ଖବର
ଏହାସହ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ଭୁବନେଶ୍ବର, କଟକ ଓ କୋରାପୁଟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ । ଆସନ୍ତାକାଲି ଭୁବନେଶ୍ବର ସୋଆ ଅଡିଟୋରିୟମରେ ସାମାଜିକ ସଂଗଠନ ‘ଆମେ ଓଡ଼ିଆ’ ପକ୍ଷରୁ ଆୟୋଜିତ ‘ଓଡ଼ିଶା @୧୦୦ ବଡ ଭାବିବା, ବଡ଼ ସ୍ୱପ୍ନ ଦେଖିବା’କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ମଧ୍ୟ ଯୋଗଦେବେ । ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରୁ ଟ୍ରେନ ଯୋଗେ କୋରାପୁଟ ଦାମନଯୋଡ଼ି ପର୍ଯ୍ୟନ୍ତ ଗସ୍ତ କରିବେ କେନ୍ଦ୍ରମନ୍ତ୍ରୀ । ଏପ୍ରିଲ ପହିଲା ଉତ୍କଳ ଦିବସ ଅବସରରେ କୋରାପୁଟ ଜିଲ୍ଲା କୋଟିଆର ଜନସାଧାରଣଙ୍କ ସହ ଉତ୍କଳ ଦିବସ ପାଳନ କରିବାର କାର୍ଯ୍ୟକ୍ରମ ରହିଛି।