ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର। ମିଳିଥିବା ସୂଚନା ଅନୁଯାୟୀ ରବିବାର ୫ ପୋଲିସ୍ ଅଧିକାରୀଙ୍କୁ ନେଇ ଗୁଜରାଟ ଗାନ୍ଦୀନଗର ଯିବ କ୍ରାଇମବ୍ରାଞ୍ଚ ଟିମ୍,ଦୀନକୃଷ୍ଣ ମିଶ୍ରଙ୍କର ଲାଏ ଡିଟେକ୍ସନ, ବ୍ରେନ ମ୍ୟାପିଂ, ନାର୍କୋ ଟେଷ୍ଟ ସହ ୪ ନିଲମ୍ବିତ ପୋଲିସ କର୍ମଚାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ,ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଟେଷ୍ଟ ରିପୋର୍ଟ ଆସିବା ପରେ ପୁଲିସ କେତେ କେତେ ସତ କହୁଛି,ତାହା ଉପରୁ ହଟିବ ପରଦା । ପଲିଗ୍ରାଫ ଟେଷ୍ଟ ଲାଗି କ୍ରାଇମବ୍ରାଞ୍ଚ ପକ୍ଷରୁ କୋର୍ଟରେ ଆବେଦନ ହୋଇଥିଲା। ଏଥିଲାଗି କୋର୍ଟ ମଧ୍ୟ ଅନୁମତି ପ୍ରଦାନ କରିଛନ୍ତି। ଦେଖିବାକୁ ଗଲେ ଏହି ଘଟଣାର କେହି ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଭରତପୁର ଥାନାରେ କାର୍ଯ୍ୟରତ ଜଣେ ଏସ୍ଆଇଙ୍କୁ ଏହି ଘଟଣାର ପ୍ରତ୍ୟକ୍ଷଦର୍ଶୀ ତଥା ସାକ୍ଷୀ ଭାବେ ଗ୍ରହଣ କରାଯାଇଛି। ତେଣୁ ସାକ୍ଷୀ ଭାବେ ତାଙ୍କର ପଲିଗ୍ରାଫ ଟେଷ୍ଟ କରାଯିବ । ପରୀକ୍ଷାର ଫଳାଫଳ ଉପରେ କ୍ରାଇମବ୍ରାଞ୍ଚର ନଜର ରହିଛି । ଅନ୍ୟପଟେ । ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ପରୀକ୍ଷାରେ ପାସ୍ କରିଗଲେ ତ ସବୁ ଠିକ୍,ଯଦି ଫେଲ୍ ମାରିଲେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ ବୋଲି ମତ ଦେଇଛନ୍ତି ଆଇନ ବିଶାରଦ ମାନେ । ପଥରଗାଡ଼ିଆ ସୁନ୍ଦରପୁର ଛକ କ୍ରାଇମ ସ୍ପଟ୍ ପରେ ଭରତପୁର ଥାନାରେ କ୍ରାଇମସିନ୍ ରିକ୍ରିଏସନ୍ ଶେଷ ହୋଇଛି। ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାରେ ପହଁଚିବା ପରେ ତାଙ୍କୁ କିଏ ମାଡ଼ ମାରିଥିଲା , ସେଦିନ ଥାନାରେ କେତେଜଣ ପୋଲିସ ଅଧିକାରୀ ଥିଲେ , ମେଜରଙ୍କୁ କିଏ ମାଡ଼ ମାରିଥିଲେ , ପୂର୍ବତନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ର ତାଙ୍କୁ କେଉଭଳି ଭାବେ ନିର୍ଯାତନା ଦେଇଥିଲେ ଏସବୁ ତଥ୍ୟ କ୍ରାଇମବ୍ରାଞ୍ଚ ଆଗରେ ବଖାଣିଥିଲେ ମେଜର ଓ ତାଙ୍କ ବାନ୍ଧବି । ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ ଶେଷ କରିଛି କ୍ରାଇମବ୍ରାଞ୍ଚ । । ଯାହାର ସମସ୍ତ ତଥ୍ୟ ଭିଡିଓ ଗ୍ରାଫି ମଧ୍ୟ କରାଯାଇଛି ।ତେବେ ଟେଷ୍ଟ ରିପୋର୍ଟ ଆସିବା ପରେ ଧରାପଡିବ କିଏ କହୁଥିଲା ସତ,ମେଜର ତାଙ୍କ ବାନ୍ଧବୀ ନା ପୋଲିସ୍ ଜଣାପଡିବ
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣରେ 6 ଜଣ ଆହତ ମଧ୍ୟରୁ କେ.କେ ବାରିକଙ୍କୁ ପ୍ଲାଣ୍ଟ ଭିତରେ ପ୍ରାଥମିକ ଚିକିତ୍ସା କରି ଛାଢ଼ି ଦିଆଯାଇଛି । ଆଉ 5 ଜଣ ଗୁରୁତରଙ୍କୁ ଆଇ.ଜି.ଏଚର ବର୍ଣ୍ଣ ସେଣ୍ଟରରେ ଭର୍ତ୍ତି କରାଯାଇଛି । ଯାହାଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଅଛି ।
Sms 1 ସେଡ଼ରେ ପ୍ରତ୍ୟେକ ଦିନ ଜମେ ନିଆଁ ପିଣ୍ଡୁଳା । ଆଉ ସେହି ନିଆଁ ପିଣ୍ଡୁଳା ପ୍ରତ୍ୟେକ ଦିନ ସଂଫା ହେବା ଆବଶ୍ୟକ ତାହା ମଧ୍ୟ ତଳେ ପାଣି ନଥିବା ଜରୁରୀ । କିନ୍ତୁ ଅନେକ ଦିନ ହେଲା ସଫା ନହେବା ଫଳରେ ତଳେ ପାଣି ଲିକ୍ କରି ଜମିବା ହେଉଛି ଦୁର୍ଘଟଣାର କାରଣ । ସେଡ଼ ସଫା ସମୟରେ ନିଆଁ ପିଣ୍ଡୁଳା ପାଣିରେ ପଡ଼ି ବିସ୍ପୋରଣ ହେବା ଯୋଗୁଁ ହିଁ ଦୁର୍ଘଟଣା ଘଟିଛି । ଫଳରେ 5 ଜଣ ଗୁରୁତର ହୋଇଛନ୍ତି ।
ଶ୍ରମିକ ସଂଗଠନ କହିଛି ଯେ ରାଉରକେଲା ଷ୍ଟିଲ ପ୍ଳାଣ୍ଟ କେବଳ ଉତ୍ପାଦନ ଉପରେ ଗୁରୁତ୍ୱ ଦେଉଥିବାବେଳେ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଉନାହିଁ । ଫଳରେ ଏଭଳି ଦୁର୍ଘଟଣା ଘଟୁଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍ୟ ବିଦ୍ୟାଳୟରେ ପଡୁନି ତାଙ୍କ ପାଦ । ପିଲାଙ୍କୁ ପାଠ ପଢ଼େଇବା ବଦଳରେ ନିଜ ଦୋକାନରେ ପ୍ରଧାନଶିକ୍ଷକଙ୍କ ବିତୁଛି ସମୟ । ଅଭିଯୋଗ କଲେ ମିଳୁଛି ଧମକ । ଏ ବାବଦରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଉପରିସ୍ଥ ଅଧିକାରୀ ଏଥିପ୍ରତି ଗୁରୁତ୍ବ ଦେଉନାହାନ୍ତି ।
ଶେଷରେ ବାଧ୍ୟ ହୋଇ ଅଭିବାବକମାନେ ଗୁରୁଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପକେଇଲେ ତାଲା । ସମାଧାନ ନ ହେବା ପର୍ଯ୍ୟନ୍ତ ବିଦ୍ୟାଳୟରେ ପଡିବ ତାଲା ଅଭିବାବକ ଦେଲେ କଡା ଚେତାବନୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର