ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାୟଗଡା ଜିଲ୍ଲା ବିଜେଡି ଉପସଭାପତି ତଥା ପୂର୍ବତନ ଏସଡିସି ଅଧ୍ୟକ୍ଷ ଜଗନ୍ନାଥ ନୁଣ୍ଡୁକା, ପୂର୍ବତନ ସମିତି ସଭ୍ୟ ରବି ନୁଣ୍ଡୁକା, ସୁକଦେବ ବେହେରା, ପୂର୍ବତନ ସରପଂଚ ତଥା ବିଜେଡି ନେତା ବେଣୁଧର ଗାଡକା ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂହ ତୋମାର, ରାଜ୍ୟ ଉପସଭାପତି ଡ.ଲେଖାଶ୍ରୀ ସାମନ୍ତସିଂହାର, ବିରଂଚି ନାରାୟଣ ତ୍ରିପାଠୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ପର୍ବରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ, ରାଜ୍ୟ ସମ୍ପାଦିକା କସ୍ତୁରୀ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବଶଙ୍କର ଉଲାକା, ରାମଚନ୍ଦ୍ର ବେହେରା, କୋରାପୁଟ ଜିଲ୍ଲା ସଭାପତି ସୁମନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।