ବିଜେଡି ସହ ଦୀର୍ଘ ବର୍ଷର ସଂପର୍କରେ ପୂର୍ଣ୍ଣଚ୍ଛେଦ ପକାଇ ଆଜି ବିଜେପିରେ ଯୋଗ ଦେଲି ବୋଲି ବିଜେଡି ରାଜ୍ୟ ସଂପାଦକ ତଥା ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡି ନେତା ଶ୍ରୀ ଅଜୟ ନାୟକ କହିଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଶ୍ରୀ ନାୟକ ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି । ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଅବସରରେ ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସଂପାଦକ ତଥା ଭଦ୍ରକ ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ରାଜ୍ୟ ସଂପାଦକ ସରୋଜ କର, ଧାମନଗର ବିଧାୟକ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମୁରଲୀ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।