ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏଥିସହିତ ୭ଟି ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ରହିବେ ।
ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା। ସେହିପରି ବିଶ୍ବଶର୍ମା ଦେବଗଡ଼, ବଡବିଲ, ଚୌଦ୍ବାର ଓ ବଡମ୍ବାରେ ସଭା କରିବେ। ସେହିପରି ଆସନ୍ତା ୨୫ରେ ପୁଣି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ୪ଟି ସ୍ଥାନରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ ଶାହ ।
ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ଜନସଭାରେ ଯୋଗଦେବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୯ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ନିର୍ବାଚନୀ ପ୍ରଭାରୀ ବିଜୟପାଲ ସିଂ ତୋମାର । ମୋଦି କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।
ଅଧିକ ପଢ଼ନ୍ତୁ ନିର୍ବାଚନ ଖବର