ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ବେକାରୀ ସମସ୍ୟା, ଚାଷୀ ଓ ଚାଷ ସମସ୍ୟା, ଶକ୍ଷା ସମସ୍ୟା, ଦୁର୍ନୀତି ଓ ଭ୍ରଷ୍ଟାଚାର, ପ୍ରଧାନମନ୍ତ୍ରୀ ଆବାସ ବଂଟନରେ ଅନିୟମତତା, ମହିଳାଙ୍କ ଆର୍ôଥକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ, ସ୍ୱାସ୍ଥ୍ୟ ସେବା ଓ ପାନୀୟ ଜଳ, ଆଦିବାସୀ-ଦଳୀତଙ୍କୁ ଅଣଦେଖା, ଓବିସି ବର୍ଗଙ୍କୁ ଅବହେଳା, ସମବାୟ ସଂସ୍ଥାର ଅଚଳାବସ୍ଥା ସମେତ ସ୍ଥାନୀୟ ସମସ୍ୟାକୁ ନେଇ ରାଜନୈତିକ ଚିଠା ପ୍ରସ୍ତାବକୁ ଆଗତ ହୋଇଥିଲା । ସେହିପରି ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ଚାଉଳ ପ୍ରଦାନ, ଓଡ଼ିଶାକୁ ୨୮ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ, ଏସଏଚଜି ସୁଧଛାଡ, ଜାତୀୟ ରାଜପଥ ଓ ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ଅଗ୍ରାଧିକାର, ଜି-୨୦ସମ୍ମିଳନୀ ପାଇଁ ଓଡ଼ିଶାକୁ ଗୁରୁତ୍ୱ, ୫ଜି ନେଟୱାର୍କ ସେବା ପ୍ରଚଳନ, ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ରୀୟ କଲ୍ୟାଣ ଯୋଜନା ପ୍ରଭୃତିରେ ଓଡ଼ିଶାକୁ ବିପୁଳ ଅର୍ଥ ପ୍ରଦାନ କରିଥିବା ସମ୍ପର୍କରେ କାର୍ଯ୍ୟକାରିଣୀ ତରଫରୁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା । ଆଜିର କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ତଥା ଜିଲ୍ଲା ତଥା ସ୍ଥାନୀୟ ପ୍ରଶାସନର ଅପାରଗତା ଓ ନିଷ୍କ୍ରିୟତା ସଂପର୍କରେ ଆଲୋଚନା ହେବା ସହ ଆଗାମୀ ଦିନରେ ବିଜେପିର ରୋଡ ମ୍ୟାପକୁ ନେଇ ବ୍ୟାପକ ଆଲୋଚନା ହୋଇଥିଲା ।
ଆଜି ଅନୁଷ୍ଠିତ ହୋଇଥିବା ଏକ ଦିନରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟରୁ ଯାଇଥିବା ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ । ରାଜ୍ୟ ସଭାପତି ଶ୍ରୀ ମହାନ୍ତି ମୟୁରଭଂଜ (ରାଇରଙ୍ଗପୁର ସାଂଗଠନିକ ଜିଲ୍ଲା), ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି କୋରାପୁଟରେ ଉପସ୍ଥିତ ଥିବାବେଳେ ଅନ୍ୟ ରାଜ୍ୟ ପଦାଧିକାରୀ ଓ ବରିଷ୍ଠ ନେତୃବୃନ୍ଦ ଅନ୍ୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକରେ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ ।
ରାଜନୀତି ଖବର ଆହୁରି ପଢନ୍ତୁ ।