ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ଉପ ସଭାନେତ୍ରୀ ଅନିତା ଶୁଭଦର୍ଶିନୀ, ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂ, ପିଙ୍କି ପ୍ରଧାନ, ଜଗନ୍ନାଥ ପ୍ରଧାନଙ୍କ ସହ ପ୍ରମୁଖ ନେତାମାନେ ଝାରପଡା ଜେଲକୁ ଯାଇ ଯୁବ କର୍ମୀଙ୍କୁ ଭେଟିବା ସହ ହୋଲି ଶୁଭେଚ୍ଛା ଜଣାଇଛନ୍ତି । ପୋଲିସ ଗିରଫଦାରୀ ପ୍ରତିବାଦରେ ଆଗକୁ ଜେଲ ଭରୋ ଆନ୍ଦୋଳନ କରିବାକୁ ଦଳ ଚେତାବନୀ ଦେଇଛି ।

ଅର୍ଗସ ବ୍ୟୁରୋ : ଜେଲ ଭରୋ ଆନ୍ଦୋଳନ କରିବ ବିଜେପି । ବିଧାନସଭା ଘେରାଉରେ ସାମିଲ ହୋଇ ଗିରଫ ହୋଇ ଜେଲରେ ଥିବା ଯୁବ ମୋର୍ଚ୍ଚା କର୍ମୀଙ୍କୁ ଭେଟିଛି ବିଜେପି ପ୍ରତିନିଧି ଦଳ ।

ଅର୍ଗସ ବ୍ୟୁରୋ : ଆନ୍ଦୋଳନରତ ରେସଲରଙ୍କ ସହ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ଆଲୋଚନା । ୬ ଘଣ୍ଟାର ଆଲୋଚନାରେ ଧାର୍ଯ୍ୟ ହେଲା ତାରିଖ । ସେହିପରି ମନ୍ତ୍ରୀଙ୍କ ଆଗରେ କିଛି ଦାବି ରଖିଛନ୍ତି ରେସଲର୍ । ଜଣେ ମହିଳାଙ୍କ ନେତୃତ୍ବରେ ଇଣ୍ଟରନାଲ କମ୍ପ୍ଲେଣ୍ଟ କମଟିର ଗଠନ । ରେସଲରଙ୍କ ବିରୋଧରେ ରୁଜୁ ସମସ୍ତ ମାମଲା ପ୍ରତ୍ୟାହାର ।
ଅଧିକ ପଢନ୍ତୁ ଭାରତ ଖବର
୩ ପାଳି ଧରି ସଭାପତି ପଦରେ ରହିଥିବା ବ୍ରିଜ ଭୂଷଣ ସିଂ ଏବଂ ତାଙ୍କ ସହଯୋଗୀଙ୍କୁ ପୁନଃ ନିର୍ବାଚିତ କରା ନଯାଉ । ୬ ଘଣ୍ଟା ଧରି ଆଲୋଚନାରେ କିଛି ଏଭଳି ଦାବି ରଖିଛନ୍ତି ଆନ୍ଦୋଳନରତ ରେସଲର୍ । ସେପଟେ ୧୫ ତାରିଖ ସୁଦ୍ଧା ତଦନ୍ତ ସରିବ ଏବଂ ଚାର୍ଜସିଟ୍ ଦାଖଲ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ । ଜୁନ ୩୦ ତାରିଖ ସୁଦ୍ଧା WFIରେ ନିର୍ବାଚନ ହେବ ଏବଂ ନୂଆ ସଭାପତି ଚୟନ କରାଯିବ ବୋଲି ମଧ୍ୟ ରେସଲରଙ୍କୁ ଆଶ୍ବାସନା ଦେଇଛନ୍ତି କ୍ରୀଡ଼ାମନ୍ତ୍ରୀ ।

ଅର୍ଗସ ବ୍ୟୁରୋ : ଯାଜପୁରରେ ବଡ ଅଘଟଣ । ମାଲବାହୀ ଟ୍ରେନ୍ରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ରୋଡ୍ ଷ୍ଟେସନ୍ ଚୂନଭାଟି ପ୍ଲଟ୍ ନିକଟରେ ଘଟିଛି ଏହି ଅଭାବନୀୟ ଘଟଣା । ପ୍ରବଳ ବର୍ଷା, ପବନ ଯୋଗୁଁ ଟ୍ରେନ୍ ବଗି ତଳେ ବସିଥିଲେ ଶ୍ରମିକ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଘଟଣାରେ ଶୋକ ପିରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି ଏହି ଅଭାବନୀୟ ଘଟଣାରେ ବ୍ୟକ୍ତିଙ୍କ ଦେହାନ୍ତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
