ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହାବ୍ୟତିତ ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସା, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ସମସ୍ୟା ସ୍ଥାନ ପାଇଛି । ଏହି ଚାର୍ଜସିଟକୁ ନେଇ ଲୋକଙ୍କ ପାଖକୁ ଯିବା ଲାଗି ବିଜେପିର ଯୋଜନା ।
ଅର୍ଗସ ବ୍ୟୁରୋ : ବିଜେଡି ଅପାରଗତା ବିରୋଧରେ ଚାର୍ଜସିଟ୍ । ବିଜେଡି ସରକାରର ୨୫ ବର୍ଷର ଅପାରଗତା ବିରୁଦ୍ଧରେ ବିଜେପିର ଚାର୍ଜସିଟ୍ । ଚାର୍ଜସିଟ୍ ମାଧ୍ୟମରେ ବିଜେଡି ସରକାରର ବିଫଳତାକୁ ପ୍ରସଙ୍ଗ କରିଛି ବିଜେପି । ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଭ୍ରଷ୍ଟାଚାର ଚାର୍ଜସିଟରେ ସ୍ଥାନିତ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହାବ୍ୟତିତ ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସା, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଆଦି ସମସ୍ୟା ସ୍ଥାନ ପାଇଛି । ଏହି ଚାର୍ଜସିଟକୁ ନେଇ ଲୋକଙ୍କ ପାଖକୁ ଯିବା ଲାଗି ବିଜେପିର ଯୋଜନା ।
ଅର୍ଗସ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ୱର ବିମାନବନ୍ଦରରେ ମୋଦିଙ୍କୁ ସ୍ୱାଗତ କରିଛନ୍ତି ହଜାର ହଜାର ଲୋକ।ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ। ୬ ତାରିଖ ସକାଳୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ବିଶାଳ ସମାବେଶରେ ଯୋଗ ଦେବେ । ତାପରେ ନବରଙ୍ଗପୁରରେ ବି ବଡ଼ ଜନସଭାକୁ ସମ୍ବୋଧନ କରିବେ ମୋଦି।
୬ ତାରିଖରେ ଯାଇ ୧୦ ତାରିଖରେ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ରାଜଧାନୀରେ କରିବେ ବିଶାଳ ରୋଡ଼ ସୋ। ଭୁବନେଶ୍ୱରର ତିନିଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଏକାମ୍ର, ଉତ୍ତର ଓ ମଧ୍ୟ ଭୁବନେଶ୍ୱର କ୍ଷେତ୍ରରେ ହେବ ପ୍ରଧାନମନ୍ତ୍ରୀଙ୍କ ରାଲି।ଏହାସହ ୧୧ ତାରିଖରେ ବଲାଙ୍ଗୀରରେ ନିର୍ବାଚନୀ ପ୍ରଚାର କରିବେ ପିଏମ ମୋଦି। ମୋଦିଙ୍କ ଗସ୍ତ ପାଇଁ ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । CISF ଆଉ ପୋଲିସ ମୁତୟନ ହୋଇଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: