ଅର୍ଗସ ବ୍ୟୁରୋ :ବଲାଙ୍ଗୀର ଜିଲ୍ଲା ତୁରେକେଲା ମଣ୍ଡଳ ବିଜେପି ପକ୍ଷରୁ ଆଜି ତୁରେକେଲା ବ୍ଲକ କୁ ଘେରାଉ କରାଯାଇଛି । ତୁରେକେଲା ଶିବ ମନ୍ଦିର ଠାରୁ ବିରାଟ ଶୋଭାଯାତ୍ରାରେ ବାହାରି ବ୍ଲକ ସମ୍ମୁଖରେ ପହଞ୍ଚିଥିଲେ । ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ବ୍ଲକ ସମ୍ମୁଖରେ ଆସି ବିକ୍ଷୋଭ ପ୍ରଦର୍ଶନ କରି ତୁରେକେଲା ବିଡ଼ିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଧେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବିଜେପି ଦଳ ପକ୍ଷରୁ ଅଭିଯୋଗ କରିଛନ୍ତି ଯେ,ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରେ ଯେଉଁ ଯୋଗ୍ୟ ହିତାଧିକାରୀ ମାନଙ୍କୁ ଘର ମିଳିନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ ।
ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଅନିୟମିତତା ଓ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯାଉ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଦିଆଯାଉ ବୋଲି ସେମାନେ ଦାବି କରିଥିଲେ । ଏଥିରେ ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ସହ ଶତାଧିକ ମହିଳା ଓ ପୁରୁଷ ମାନେ ସାମିଲ ହୋଇଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ମୁତୟନ ହୋଇଥିବା ଦେଖିବାକୁ ମିଳିଛି। ସବୁବେଳେ ରାଜ୍ୟ ସରକାର ଅଣଦେଖା କରୁଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।