ସୋଆ ବିଶ୍ବବିଦ୍ୟାଳୟରେ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ଵାଗତ
ସାପ କାମୁଡ଼ାରେ ନାବାଳକ ମୃତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ କିସିଣ୍ତା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ସାପ କାମୁଡାରେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ହେଲେ ସିପୁନ୍ ମାଝି( ୮ ) ।
ସିପୁନ୍ ମାମୁ ଘରେ ରହି ପାଠ ପଢୁଥିଲେ । ବୁଧବାର ବିଳମ୍ବିତ ରାତିରେ ଶୋଇଥିବା ବେଳେ ତାଙ୍କୁ ସାପ କାମୁଡିଥିଲା । ଫଳରେ ଛେଣ୍ତିପଦା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସିପୁନ୍ଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ପୋଲିସ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଛି ।
Download Argus News App
