ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଶୋକ ପ୍ରକାଶ କରିଛନ୍ତି। ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପୋଲ ଭୁଶୁଡିବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି।
ପୋଲ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଖସିବାରୁ ଅଘଟଣ ଘଟିଛି । ଘଟଣାସ୍ଥଳରେ ଜିଲ୍ଲାପାଳ ଓ ସିଏମସି କମିଶନର ଅନନ୍ୟା ଦାସ ବି ପହଞ୍ଚି ଆତଙ୍କିତ ନହେବାକୁ କହିଥିଲେ।