ଚାନ୍ଦବାଲି ଥାନା ପୋଲିସ ଆଇପିସିର ଦଫା ୩୬୩ ଓ ୩୪ ଦଫାରେ ମାମଲା ରୁଜୁ କରିଥିଲା । ଚାନ୍ଦବାଲି ଥାନାର କେସ ନମ୍ବର ୬୩/୨୦୨୨ ମାମଲାରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ପାଇଁ ଫେବ୍ରୁଆରି ୨୩ ତାରିଖରେ ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ଗତ ୧୬ ତାରିଖରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି ।
ତେବେ ପରବର୍ତ୍ତୀ ସମୟରେ ଏହା ହତ୍ୟାକାଣ୍ଡର ରୂପ ନେଇସାରିଛି । ପୋଲିସ ମଧ୍ୟ ଆଇପିସିର ୩୦୨ ଦଫାରେ ମାମଲା ରୁଜୁ କରିଛି । ହତ୍ୟାକାଣ୍ଡ ମାମଲାରେ ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନରେ ପ୍ରାର୍ଥନା ନଥିବା ସ୍ପଷ୍ଟ ହୋଇଛି ।