ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଶିମିଳିପାଳ ଅଭୟାରଣ୍ୟ ଅଗ୍ନିକାଣ୍ଡ ଜନିତ ପରିସ୍ଥିତି ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିମିଳିପାଳ କେବଳ ଓଡିଶା ବା ଭାରତର ନୁହେଁ ଏହା ସମଗ୍ର ବିଶ୍ଵର ଏକ ଅମୂଲ୍ୟ ସମ୍ପଦ। ତେଣୁ ଏହାର ସୁରକ୍ଷା ପାଇଁ ସତର୍କ ରହିବା ସହ ପ୍ରତିଷେଧ ମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦେଶ ଦେଇଛନ୍ତି ।
ଶିମିଳିପାଳ ଅଭୟାରଣ୍ୟ ପରିସ୍ଥିତି ସମ୍ପର୍କରେ ବୈଠକରେ ସୂଚନା ଦେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଜଙ୍ଗଲ ଓ ପରିବେଶ ବିଭାଗ ଡା. ମୋନା ଶର୍ମା କହିଥିଲେ ଯେ ଶିମିଳିପାଳରେ ଲାଗିଥିବା ନିଆଁ ନିୟନ୍ତ୍ରଣାଧୀନ ଅଛି । ଏଥିରେ କୌଣସି ଜୀବନ ହାନି ଘଟି ନାହିଁ । ନିଆଁ କୁ ନିୟନ୍ତ୍ରଣ କରିବା ପାଇଁ SOP ଜାରି କର ଯାଇଛି ଏବଂ ବଡ ବଡ ଗଛ ମାନଙ୍କର କିଛି କ୍ଷତି ହୋଇନାହିଁ।
Fire Alert ସମ୍ପର୍କରେ ପ୍ରତି ସନ୍ଧ୍ୟାରେ ରାଜ୍ୟ ସରକାରଙ୍କୁ ଓ ଜିଲ୍ଲାପାଳଙ୍କୁ ଅବଗତ କରିବା ପାଇଁ DFOଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡା ମୋନା ଶର୍ମା କହିଛନ୍ତି । PCCF Wildlife ଘଟଣା ସ୍ଥଳରେ ଉପସ୍ଥିତ ଅଛନ୍ତି । ଏବଂ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଏହି ବୈଠକ ରେ ମୁଖ୍ୟମନ୍ତ୍ରୀ ସଚିବ 5T ଶ୍ରୀ ଭି. କେ. ପାଣ୍ଡିଆନ , PCCF Wildlife ଏବଂ ଜଙ୍ଗଲ ବିଭାଗର ବରିଷ୍ଠ ପଦାଧିକାରୀ ମାନେ ଉପସ୍ଥିତ ଥିଲେ।