Videos
|
Odisha

ନୀତି ଆୟୋଗର ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Smruti Parija
Browse all articles by Smruti Parija
·2 years ago·1 min read
ନୀତି ଆୟୋଗର ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତାକାଲି ନୀତି ଆୟୋଗର ବୈଠକରେ ଯୋଗ ଦେବାର ରହିଛି କାର୍ଯ୍ୟକ୍ରମ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିପାରନ୍ତି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। 

ଏହି ବୈଠକରେ ୨୦୪୭ ସୁଧା ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ। ଯୋଗଦେଇଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିଭିନ୍ନ ପରାମର୍ଶ ରଖିବେ। 

ଏହାସହ ନିଜ ରାଜ୍ୟର କଥା ମଧ୍ୟ ବୈଠକରେ ଉପସ୍ଥାପନ କରିବେ। ତେବେ ଏହି ବୈଠକରେ ଇଣ୍ଡି ମେଂଟର ସଦସ୍ୟ ଥିବା କିଛି ଦଳର ମୁଖ୍ୟମନ୍ତ୍ରୀ ଯୋଗ ନଦେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। 
ତେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ ବୋଲି କୁହାଯାଉଥିଲା, ହେଲେ ସେ ମଧ୍ୟ ଯୋଗ ଦେଇ ନପାରନ୍ତି ବୋଲି ତୃଣମୂଳ କଂଗ୍ରେସ ସଙ୍କେତ ଦେଇଛି।

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: