ଗାମୁଛା ପିନ୍ଧିକି, ପଗଡି ଭିଡିକି, ଆଲୁଅ ଜଳେଇକି ଏମାନେ ସବୁ କାହିଁକି ଯାଇଥିଲେ...
ଭୁବନେଶ୍ୱର:ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ।
ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।